ଅନଲାଇନ ଗେମକୁ ପରିବାର ଲୋକେ ବାରଣ କରିବାରୁ ଚରମ ନିଷ୍ପତ୍ତି ନେଲେ ନାବାଳକ, ବାଥରୁମ୍‌ରେ…

ବାଲେଶ୍ୱର, ୧୨।୮(ବାଞ୍ଛାନିଧି ଦେ): ଅନଲାଇନ ଗେମ ହେଲା କାଳ। ପରିବାରଲୋକେ ଖେଳିବାକୁ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲା ନାବାଳକ ପୁଅ । ମୃତ ନାବାଳକ ହେଉଛନ୍ତି ଅଷ୍ଟମ ଶ୍ରେଣୀର ଛାତ୍ର। ଅନଲାଇନ ଗେମ ଖେଳକୁ ପରିବାର ଲୋକେ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୁଚନା ଅନୁଯାୟୀ ବାଲେଶ୍ବର ଜିଲା ସିଂଲା ଥାନା ଗୁହାଳିପଦା ଗ୍ରାମର ସନ୍ତୋଷ ଜେନାଙ୍କ ପୁଅ ଜୟକୃଷ୍ଣ ଜେନା (୧୩) ସବୁ ସମୟରେ ଅନଲାଇନ ଗେମ ଖେଳିବା ଓ ମୋବାଇଲ ଦେଖିବାରେ ବ୍ୟସ୍ତ ରହୁଥିଲେ। ଏନେଇ ପରିବାର ଲୋକେ ବାରମ୍ବାର ବିରୋଧ କରି ଆସୁଥିଲେ। ମଙ୍ଗଳବାର ସକାଳେ ସେ ପାଠ ନପଢି ଗେମ ଖେଳୁଥିବାରୁ ମାଆ ବିରକ୍ତି ହୋଇଥିଲେ। ଏଥିରେ ସେ ରାଗିଯାଇ ଗାଧୁଆଘର ଭିତରେ ବେକରେ ଗାମୁଛା ଲଗାଇ ଝୁଲି ପଡ଼ିଥିଲେ। ବହୁ ସମୟ ଧରି ବାଥରୁମରୁ ନବାହାରିବାରୁ ପରିବାର ଲୋକେ କବାଟ ଭାଙ୍ଗି ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ସିଂଲା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri