Posted inଜାତୀୟ

ଅସୁସ୍ଥ ମା’ଙ୍କ ପାଇଁ ହାତରେ ସାଲାଇନ ଧରି ଛିଡା ହେଲେ ନାବାଳକ ପୁଅ: ଛତିଶଗଡ଼ ସ୍ବାସ୍ଥ୍ୟ ସେବା ସୋସିଆଲ ମିଡ଼ିଆରେ ଭାଇରାଲ…

ରାୟପୁର,୭।୧୦ : ଛତିଶଗଡର ଏକ ଡାକ୍ତରଖାନାର ଅବସ୍ଥା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଅଭନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଚିତ୍ର ଏବଂ ଭିଡିଓ ଏପରି ଏକ ସମୟରେ ଆସିଛି ଯେତେବେଳେ ଛତିଶଗଡର ଦୁଇ ଜଣ ବ୍ୟକ୍ତି ଚଳାଉଥିବା ୬,୦୦୦ କୋଟି ଟଙ୍କାର ଅନଲାଇନ ବେଟିଂକୁ ନେଇ ରାଜ୍ୟ ସରକାର ଚିନ୍ତାରେକ ପଡିଛନ୍ତି।

ଅଭନପୁର ଡାକ୍ତରଖାନାର ଏକ ଫଟୋ ଏବଂ ଭିଡିଓରେ ଜଣେ ନାବାଳକ ତାଙ୍କ ହାତରେ ସାଲାଇନ ବୋତଲ ଧରି ଠିଆ ହୋଇଛନ୍ତି। ତାଙ୍କ ଅସୁସ୍ଥ ମା’ଙ୍କ ପାଇଁ ନାବାଳକ ଜଣକ ହାତରେ ସାଲାଇନ ଧରି ଛିଡା ହୋଇଛନ୍ତି। ଏପରି କରିବାକୁ ତାଙ୍କୁ ହସ୍ପିଟାଲ କର୍ମଚାରୀମାନେ କହିଛନ୍ତି।

ରୋଗୀ ବସିବା ପାଇଁ ନା ହ୍ବିଲ ଚେୟାର, ନା ଷ୍ଟ୍ରେଚର୍‌, ସାଲାଇନ ବୋତଲ ଟାଙ୍ଗିବା ପାଇଁ କୌଣସି ଷ୍ଟାଣ୍ଡ ନାହିଁ। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଇଛି। ଏହି ଡାକ୍ତରଖାନା ରାଜ୍ୟ ରାଜଧାନୀ ରାୟପୁରଠାରୁ ମାତ୍ର ୨୫ କିଲୋମିଟର ଦୂରରେ।

ଅଧିକ ଅନୁସନ୍ଧାନ ପାଇଁ ଡାକ୍ତରଖାନା ପରିଦର୍ଶନ କରିବା ପରେ ଗଣମାଧ୍ୟମର ରିପୋର୍ଟରୁ ଜଣାପଡିଛି ଡାକ୍ତରଖାନାର ଅବସ୍ଥା ଆହୁରି ଖରାପ ଥିଲା। ୱାର୍ଡରେ ରୋଗୀଙ୍କ ପାଇଁ ତକିଆ କିମ୍ବା ସିଟ ନାହିଁ କିମ୍ବା ବିଶୁଦ୍ଧ ପାନୀୟ ଜଳ ଉପଲବ୍ଧ ନାହିଁ। ଔଷଧ ବିତରଣ କେନ୍ଦ୍ର ଡାକ୍ତରଖାନାରେ କାର୍ଯ୍ୟକ୍ଷମ ନୁହେଁ।

ବର୍ତ୍ତମାନ ଛତିଶଗଡର କଂଗ୍ରେସ ସରକାରଙ୍କ ୨,୧୬୧ କୋଟି ଟଙ୍କା ମୂଲ୍ୟର ମଦ ଦୁର୍ନୀତିରେ ଚର୍ଚ୍ଚା ହେଉଛି। ଏଭଳି ସ୍ଥଳେ ରାଜ୍ୟରେ ସ୍ବାସ୍ଥ୍ୟ ସେବାର ଏଭଳି ରୂପ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri