ମା’-ବାପା ସ୍କୁଲ ଯିବାକୁ କହିବାରୁ: ନାବାଳକ ପୁଅ ନେଲେ ଚରମ ନିଷ୍ପତ୍ତି

ଥୁଆମୂଳ ରାମପୁର,୧୯ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ସେମେଲପଦର ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିଖୋଜ ହେବାର ୪ଦିନ ପରେ ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି।

ମିଳିଥିବା ସୂଚନା ମୁତାବକ ଗ୍ରାମର ସୋରିଷ ମାଝୀଙ୍କ ୧୪ ବର୍ଷୀୟ ପୁଅ ଶୁଭେନ୍ଦ୍ର ମାଝୀ ଗତ ୧୪ ତାରିଖରେ ଘରୁ ଗାଧୋଇ ଯିବାପାଇଁ କହି ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ନ ପାଇବାରୁ ୧୭ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନିଖୋଜ ମାମଲା (ନଂ.୫/୨୫) ରୁଜୁକରି ତଦନ୍ତ ଜାରି ରଖିଥିଲା।

ଏପରିସ୍ଥଳେ ଶନିବାର ଗ୍ରାମ ନିକଟ ଡ଼ିମଡିସିଲ ଜଙ୍ଗଲର ଏକ ଗଛରେ ଶୁଭେନ୍ଦ୍ରଙ୍କ ଝୁଲନ୍ତା ମୃତଦେହ ପରିବାର ଲୋକେ ଦେଖି କର୍ଲାପାଟ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ କୋଲକା ଘଟଣାସ୍ଥଳରେ ପହଞ୍ଚି ଗଛରୁ ମୃତଦେହ ଉଦ୍ଧାର କରିବା ପରେ ବ୍ୟବଚ୍ଛେଦ ପାଇଁ ଥୁଆମୂଳ ରାମପୁର ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି।

ଶୁଭେନ୍ଦ୍ର ସାଇସୁରୁଣୀସ୍ଥିତ ଏକଲବ୍ୟ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିଲେ। ସ୍କୁଲ ଯିବା ପାଇଁ କହିବାରୁ ସେ ଆତ୍ମହତ୍ୟା ନିଷ୍ପତ୍ତି ନେଇଥିବା ଗ୍ରାମବାସୀଙ୍କଠାରୁ ଶୁଣାଯାଉଛି। ପୋଲିସ ମଧ୍ୟ ଏଭଳି ହୋଇଥାଇପାରେ ବୋଲି ସନ୍ଦେହ କରି ତଦନ୍ତ କରୁଥିବା ଥାନା ଏଏସ୍‌ଆଇ ହେମନ୍ତ ହରିଜନ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri