ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ମହାରାଷ୍ଟ୍ରରେ ସର୍ବାଧିକ…

ନୂଆଦିଲ୍ଲୀ, ୨୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଏହା ୯ ହଜାର ୯୨୩ ରହିଛି। ଗୋଟିଏ ଦିନ ତଳେ ଏହା ୧୨ ହଜାର ୭୮୧ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୭ ରେ ପହଞ୍ଚିଛି।

ଗୋଟିଏ ଦିନ ତଳେ ଏହା ୧୮ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୭୯ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ୮୦ ହଜାର ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୭୯ ହଜାର ୩୧୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୭ ହଜାର ୨୯୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୮ ହଜାର ୫୩୭ ଥିଲା। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୩୫୪ ଜଣ, କେରଳରେ ୨,୭୮୬ ଜଣ, ଦିଲ୍ଲୀରେ ୧,୦୬୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ତାମିଲନାଡୁରେ ୬୮୬ ଜଣ, କର୍ନାଟକରେ ୫୩୦ ଜଣ, ଉତ୍ତରପ୍ରଦେଶରେ ୪୬୬ ଜଣ, ହରିୟାଣାରେ ୬୮୪ ଜଣ, ପଶ୍ଚିମବଙ୍ଗରେ ୨୨୪, ଗୁଜରାଟରେ ୨୧୭, ତେଲେଙ୍ଗାନାରେ ୨୪୬, ପଞ୍ଜାବ ୧୦୩, ଗୋଆରେ ୧୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୮୭୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୩ ଲକ୍ଷ ୯ ହଜାର ୪୭୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୭ ହଜାର ୯୦୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୬ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri