ବିଷ ପିଇ ଜୀବନ ହାରିଲେ ନାବାଳକ

ସୋର,୧୩।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମଧୁସୂଦନପୁର ପଞ୍ଚାୟତ ଡଗାରା ଗ୍ରାମର ଜଣେ ନାବାଳକ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ଏକ ନାଳ ନିକଟରେ ମୁହଁମାଡି ପଡିଥିବାର ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ତାଙ୍କୁ ସଂଜ୍ଞାହୀନ ଅବସ୍ଥାରେ ସୋର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ. ୮୨/୨୨) ରୁଜୁ କରି ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।