ଲଲିପପ୍‌ ଖାଇ ଚାଲିଗଲା ନାବାଳକଙ୍କ ଜୀବନ, ଦୋକାନୀ ଅଟକ

ପାରଳାଖେମୁଣ୍ଡି,୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଡିମ୍ବିରିଝୁଳି ଗାଁରେ ଅଘଟଣ ଘଟିଛି। ଏକ ଦୋକାନରୁ ଲଲିପପ୍‌ ଖାଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ହେଲେ ଡିମ୍ବିରିଝୁଳି ଗାଁର ବାସୁଦେବ ଶବରଙ୍କ ପୁଅ ବୈକୁଣ୍ଠ(୧୦)। ଏନେଇ ପୋଲିସ ଏକ ମାମଲା(ନଂ. ୧୨/୨୨)ରୁଜୁ କରିଛି। ପରେ ସମ୍ପୃକ୍ତ ଦୋକାନୀଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଲଲିପପ୍‌ ଜବତ କରିଛି।

ବୈକୁଣ୍ଠ ଶୁକ୍ରବାର ସନ୍ଧ୍ୟାରେ ଗାଁର ଏକ ଦୋକାନକୁ ଯାଇ ଲଲିପପ୍‌ ମାଗିଥିଲେ। ହେଲେ ଦୋକାନୀ ଜଣକ ତାଙ୍କୁ ଲଲିପପ୍‌ ନ ଦେଇ ନିଜ ଘରକୁ ନେଇ ଲଲିପପ୍‌ ଖାଇବାକୁ ଦେଇଥିଲେ। ଶନିବାର ହଠାତ୍‌ ନାବାଳକଙ୍କ ନାକ ଓ ପାଟିରୁ ଫେଣ ବାହାରି ତାଙ୍କର ମୃତ୍ୟୁ ଘଟିଥିଲା। ଗୁଣି କରି ପୁଅକୁ ମାରି ଦେଇଥିବା ସନ୍ଦେହ କରି ମୃତକଙ୍କ ପରିବାର ଲୋକେ ଦୋକାନୀଙ୍କ ଘର ସମ୍ମୁଖରେ ମୃତଦେହ ରଖି ହୋହଲ୍ଲା କରିଥିଲେ। ଏଥିସହ ଲଲିପପ୍‌ରେ କିଛି ମିଶାଇ ଖାଇବାକୁ ଦେଇଥିବାରୁ ପୁଅର ମୃତ୍ୟୁ ଘଟିଛି ବୋଲି ପରିବାର ପକ୍ଷରୁ ମୋହନା ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଥାନା ଅଧିକାରୀ ପ୍ରଶାନ୍ତ କୁମାର ନିଶିକା, ଅତିରିକ୍ତ ତହସିଲଦାର ହିମାଂଶୁ ପଲାଇ, ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ପ୍ରତାପ ବେହେରା, କୃଷ୍ଣ ମଲିକ ଓ ପୋଲିସ ଟିମ୍‌ ଗାଁରେ ପହଞ୍ଚି ମୃତଦେହ ଜବତ କରିଥିଲେ। ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ଥାନା ଅଧିକାରୀ ନିଶିକା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri