ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନରେ ଅଘଟଣ

ଖଜୁରୀପଡ଼ା ୨୩।୫( ବିଦୁର ବେହେରା): ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନ ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖଜୁରୀପଡ଼ା ଥାନା ଅନ୍ତର୍ଗତ ଟିଟ୍ରା ପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମରେ ଏହି ଘଟଣା ଘଟିଛି।

ଗାଁରେ ଧୁମଧାମରେ ଅଷ୍ଟ ପ୍ରହର ନାମ ଯଜ୍ଞ ସରିବା ପରେ ଗୁରୁବାର ଗ୍ରାମବାସୀ ବିସର୍ଜନ କରିବାକୁ ଯାଇଥିଲେ। ସେଠାରେ ନାରାୟଣ ଦିଗାଲଙ୍କ ୯ ବର୍ଷର ପୁଅ ବିମଳ ଦିଗାଲଙ୍କ ଅସାବଧାନତା ବଶତଃ ଗୋଡ ଖସି ଯିବାରୁ ପାଣିରେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରି ପରିବାର ଲୋକେ ଚିକିତ୍ସା ପାଇଁ ଫୁଲବାଣୀ ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଖଜୁରୀପଡ଼ା ଥାନାରେ ଏକ ଅପମୃତ୍ୟୁ ମାମଲା(୧୦/୨୪)ରୁଜୁ ହୋଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାରୀ ଗିରଫ

ଭୁବନ,୧୬ା୬(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ କରାଯାଇ ବାର୍‌ହା ମୃତଦେହ ଜବତ କରାଯିବା ସହିତ ଅଭିଯୁକ୍ତଙ୍କୁ ଗିରଫ...

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ...

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri