ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।

ମିଳିଥିବା ସୂଚନା ମୁତାବକ, ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ ଚିତାହାଟ ଅଞ୍ଚଳର ଚନ୍ଦନ କୁମାର ରାଉତଙ୍କ ପୁଅ ଶୁଭମ୍‌ କୁମାର ରାଉତ(୧୫) ମାମୁଁ ଘର ବାଙ୍କୀ ବୈଦେସ୍ବର ଥାନା ନିକଟ ବୈଦେସ୍ବର ପଞ୍ଚାୟତ ପାଇକ ସାହିରେ ରହି ପାଠ ପଢୁଥିଲେ। ହେଲେ ରବିବାର ମଧ୍ୟାହ୍ନରେ ଶୁଭମ୍‌ ସାଙ୍ଗମାନଙ୍କ ସହିତ ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ସେତିକିବେଳେ ଶୁଭମ୍‌ ପାଣିରେ ବୁଡି ଯାଇଥିଲା ।

ଖବର ପାଇ ମାମୁଁ ଘର ଲୋକଙ୍କ ସହ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସନ୍ଧାନ ପାଇ ନ ଥିଲେ। ଗ୍ରାମର କୈବର୍ତ୍ତ ସମାଜର କିଛି ଲୋକ ଡଙ୍ଗାରେ ଜାଲ ସାହାଯ୍ୟରେ ନାବାଳକଙ୍କୁ ଉଦ୍ଧାର କରିଥିଲେ। ପରେ ଚିକିତ୍ସା ପାଇଁ ବାଙ୍କୀ ଉପଖଣ୍ଡ ଚକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶୁଭମ୍‌ଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି।

ଖବର ପାଇ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀ ମେଡ଼ିକାଲରେ ପହଞ୍ଚି ଥିଲେ । ମୃତଦେହ ବ୍ୟବଚ୍ଛେଦ ପାଇଁ ଶୁଭମ୍‌ଙ୍କ ପରିବାର ଲୋକେ ଡାକ୍ତରଙ୍କୁ ଅନୁରୋଧ କରିଥିଲେ। ହେଲେ ବ୍ୟବଚ୍ଛେଦ କରିବା ପାଇଁ ଡାକ୍ତର ମନାକରି ଦେଇଥିଲେ । ମୃତକଙ୍କ ପରିବାର ଲୋକେ ଅନୁରୋଧ କରିବା ପରେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପାଢ଼ୀ ଏହି ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରିବା ପରେ ମେଡିକାଲରେ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା । ଏନେଇ ବୈଦେସ୍ବର ଥାନାରେ ଏକ ମାମଲା (ନଂ.୧/୨୬) ରୁଜୁ କରି ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ବୈଦେସୱର ଥାନା ଆଇଆଇସି ଦୁର୍ଗେଶ ନନ୍ଦିନ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri