ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ: ହେମନ୍ତଙ୍କ ସ୍ଥାନରେ କେନ୍ଦ୍ରରୁ ଫେରି ଦାୟିତ୍ୱ ନେଲେ ସତ୍ୟବ୍ରତ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ସତ୍ୟବ୍ରତ ସାହୁଙ୍କୁ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବଭାବେ ନିଯୁକ୍ତ କରିଛନ୍ତି। ଏହି ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିଥିବା ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଏହି ସ୍ଥାନରୁ ହଟାଇ ତାଙ୍କ ସ୍ଥାନରେ ସତ୍ୟବ୍ରତଙ୍କୁ ଦାୟିତ୍ୱ ଦେଇଛନ୍ତି। ସତ୍ୟବ୍ରତ ସାହୁ ଦାୟିତ୍ୱ ନେବାପରେ ଏହି ଦାୟିତ୍ୱରେ ରହିଥିବା ହେମନ୍ତ ଶର୍ମା ଏହି ପଦରୁ ହଟିବେ। ସେହିପରି ଯୋଜନା ଓ ସଂଯୋଜନ ବିଭାଗ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀଙ୍କୁ ଓଡ଼ିଶା କୋପରେଟିଭ ବ୍ୟାଙ୍କ ଭୁବନେଶ୍ୱରର ମ୍ୟାନେଜିଂ ଡାରେକ୍ଟର(ଏମ୍‌ଡି) ଭାବେ ଦାୟିତ୍ୱ ମିଳିଛି। କୋପରେଟିଭ ବ୍ୟାଙ୍କ ଭୁବନେଶ୍ୱରର ଏମ୍‌ଡି ଥିବା ଦେବେନ୍ଦ୍ର କୁମାର ଜେନାଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ଗୋପବନ୍ଧୁ ଶତପଥୀ ପାଇଥିବା ମ୍ୟାନେଜିଂ ଡାଇରେକ୍ଟର ଦାୟିତ୍ୱ ସ୍ବତନ୍ତ୍ର ସଚିବ ପାହ୍ୟାର ର଼୍ୟାଙ୍କ ସହିତ ସମାନ, ଏହା ସରକାରଙ୍କ ଆଇଏଏସ୍‌ କ୍ୟାଡରର ପଦବୀ। ସେହିପରି ଓଡ଼ିଶା କୋପରେଟିଭ ବ୍ୟାଙ୍କ, ଭୁବନେଶ୍ୱର ଏମ୍‌ଡି ଥିବା ଦେବେନ୍ଦ୍ର କୁମାର ଜେନାଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ଅତିରିକ୍ତ ସଚିବ ପଦରେ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri