ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ: ହେମନ୍ତଙ୍କ ସ୍ଥାନରେ କେନ୍ଦ୍ରରୁ ଫେରି ଦାୟିତ୍ୱ ନେଲେ ସତ୍ୟବ୍ରତ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ସତ୍ୟବ୍ରତ ସାହୁଙ୍କୁ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବଭାବେ ନିଯୁକ୍ତ କରିଛନ୍ତି। ଏହି ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିଥିବା ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଏହି ସ୍ଥାନରୁ ହଟାଇ ତାଙ୍କ ସ୍ଥାନରେ ସତ୍ୟବ୍ରତଙ୍କୁ ଦାୟିତ୍ୱ ଦେଇଛନ୍ତି। ସତ୍ୟବ୍ରତ ସାହୁ ଦାୟିତ୍ୱ ନେବାପରେ ଏହି ଦାୟିତ୍ୱରେ ରହିଥିବା ହେମନ୍ତ ଶର୍ମା ଏହି ପଦରୁ ହଟିବେ। ସେହିପରି ଯୋଜନା ଓ ସଂଯୋଜନ ବିଭାଗ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀଙ୍କୁ ଓଡ଼ିଶା କୋପରେଟିଭ ବ୍ୟାଙ୍କ ଭୁବନେଶ୍ୱରର ମ୍ୟାନେଜିଂ ଡାରେକ୍ଟର(ଏମ୍‌ଡି) ଭାବେ ଦାୟିତ୍ୱ ମିଳିଛି। କୋପରେଟିଭ ବ୍ୟାଙ୍କ ଭୁବନେଶ୍ୱରର ଏମ୍‌ଡି ଥିବା ଦେବେନ୍ଦ୍ର କୁମାର ଜେନାଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ଗୋପବନ୍ଧୁ ଶତପଥୀ ପାଇଥିବା ମ୍ୟାନେଜିଂ ଡାଇରେକ୍ଟର ଦାୟିତ୍ୱ ସ୍ବତନ୍ତ୍ର ସଚିବ ପାହ୍ୟାର ର଼୍ୟାଙ୍କ ସହିତ ସମାନ, ଏହା ସରକାରଙ୍କ ଆଇଏଏସ୍‌ କ୍ୟାଡରର ପଦବୀ। ସେହିପରି ଓଡ଼ିଶା କୋପରେଟିଭ ବ୍ୟାଙ୍କ, ଭୁବନେଶ୍ୱର ଏମ୍‌ଡି ଥିବା ଦେବେନ୍ଦ୍ର କୁମାର ଜେନାଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ଅତିରିକ୍ତ ସଚିବ ପଦରେ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri