କୂଅରେ ଖସିପଡ଼ି ନାବାଳକଙ୍କ ମୃତ୍ୟୁ

କାମାକ୍ଷାନଗର,୨୫।୪(ଡି.ଏନ୍‌.ଏ.): ଯାତ୍ରା ଦେଖିବାକୁ ମାମୁ ଘରକୁ ଆସିଥିବାବେଳେ ଏକ ଖୋଲାକୂଅରେ ଖସିପଡ଼ି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସରଦେଈପୁର ଗ୍ରାମରେ ସୋମବାର ଘଟିଛି ଏଭଳି ଏକ ଅଘଟଣ। ମୃତକ ହେଲେ ତୁମୁସିଙ୍ଗା ଥାନା ବୋଲୁଅ ଗ୍ରାମର ବିରଞ୍ଚତ୍ ନାୟକଙ୍କ ୧୨ ବର୍ଷୀୟ ପୁଅ ଶୁଭମ୍‌ ନାୟକ। ପରିବାର ଲୋକଙ୍କ କହିବା କଥା, ଶୁଭମ୍‌ ପରିବାର ସଦସ୍ୟଙ୍କ ସହ ଯାତ୍ରା ଦେଖିବାକୁ ମାମୁ ଘରକୁ ରବିବାର ଆସିଥିଲେ। ଯାତ୍ରା ଚାଲିଥିବାବେଳେ ପରିସ୍ରା କରିବାକୁ ଆସିଥିବାବେଳେ ସେ ଏକ ଖୋଲା କୂଅରେ ଖସିପଡ଼ିଥିଲେ। ବିଳମ୍ବିତ ରାତିରେ ଘର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ସୋମବାର ସକାଳେ ଶୁଭମ୍‌ଙ୍କୁ ମୃତଦେହ କୂଅରେ ଭାସୁଥିବା ଦେଖି ଗ୍ରାମବାସୀ ପରିବାରକୁ ଅବଗତ କରାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତଦେହ କୂଅରୁ ବାହାର କରାଯାଇଥିଲା। କାମାକ୍ଷାନଗର ପୋଲିସ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲକୁ ପଠାଇଥିଲା। ଶୁଭମ୍‌ଙ୍କ ଏଭଳି ମୃତ୍ୟୁକୁ ନେଇ ମାମୁଘର ସରଦେଈପୁର ଏବଂ ନିଜ ଗଁା ବୋଲୁଅରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri