ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି ।

ଏହି ଘୃଣ୍ୟ କାଣ୍ଡର ମୁଖ୍ୟ ଅଭିଯୁକ୍ତ ସମେତ ତାକୁ ସହଯୋଗ କରିଥିବା ଜଣେ ଯୁବତୀ ଯୁବକଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।​ ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜଣେ ନାବାଳିକା ନିଜ ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟରେ ଉପସ୍ଥିତ ଥିଲେ। ନାବାଳିକା ଜଣକୁ ସେଠାରେ ଏକାକୀ ଦେଖି ବୁରୋମାଲ ଗଉନ୍ତିଆପଡ଼ା ଅଞ୍ଚଳର ରାଜା ବେସନ (୨୪) ନାମକ ଜଣେ ଯୁବକ ତାଙ୍କୁ ଜୋରଜବରଦସ୍ତ ବଳାତ୍କାର କରିଥିଲେ ।

ଏହି ଜଘନ୍ୟ ଅପରାଧରେ ତାଙ୍କୁ ସ୍ଥାନୀୟ ଅଞ୍ଚଳର ଆକାଶ ପ୍ରଧାନ (୨୦) ଏବଂ ତୃପ୍ତି ନାଏକ (୧୯) ନାମକ ଜଣେ ଯୁବତୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ​ଘଟଣା ସମ୍ପର୍କରେ ଅଭିଯୋଗ ପାଇବା ମାତ୍ରେ ଏୟାରପୋର୍ଟ ଥାନା ଆଇଆଇସି ପ୍ରଶାନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଏ ନେଇ ମାମଲା ନମ୍ବର ୧୦୨/୨୦୨୬ ରେ ପୋକ୍ସୋ ଆକ୍ଟ ଏବଂ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ କଠୋର ଧାରାରେ ମାମଲା ରୁଜୁ କରି ଚଢ଼ାଉ ଜାରି ରଖିଥିଲା। ​ପୋଲିସ ନିଜ ତଦନ୍ତକୁ ଜୋରଦାର କରି ବୁଧୁବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଅପରାଧରେ ସହଯୋଗ କରିଥିବା ସହଯୋଗୀ ଆକାଶ ପ୍ରଧାନ ଓ ତୃପ୍ତି ନାଏକଙ୍କୁ ବୁରୋମାଲ ଅଞ୍ଚଳରୁ ଗିରଫ କରିଥିଲା। ଏହାପରେ ସେମାନଙ୍କ ସୂଚନା ଆଧାରରେ ଫେରାର ହେବାକୁ ଚେଷ୍ଟା କରୁଥିବା ମୁଖ୍ୟ ଅଭିଯୁକ୍ତ ରାଜା ବେସନକୁ ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ପୋଲିସ କାବୁ କରିବାରେ ସଫଳ ହୋଇଥିଲା।
ଜିଲା ମୁଖ୍ୟ ଚିକିତ୍ସାଳୟ ପରି ଏକ ଜନଗହଳିପୂର୍ଣ୍ଣ ଏବଂ ସୁରକ୍ଷିତ ସ୍ଥାନରେ ଜଣେ ନାବାଳିକାଙ୍କ ସହ ଏଭଳି ବର୍ବରୋଚିତ କାଣ୍ଡ ଘଟିବା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଓ ଉଦ୍‌ବେଗ ସୃଷ୍ଟି କରିଛି। ଅଭିଯୁକ୍ତମାନଙ୍କୁ କଠୋରରୁ କଠୋର ଦଣ୍ଡ ପ୍ରଦାନ କରିବାକୁ ସାଧାରଣରେ ଦାବି ହେଉଛି। ପୋଲିସ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇବା ସହ ଘଟଣାର ଅଧିକ ସୂଚନା ପାଇଁ ଅଗ୍ରଗତି ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri