ନାବାଳିକାଙ୍କୁ ଅସଦାଚରଣ ପ୍ରତିବାଦରେ ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ତାଳପଡ଼ା ଗ୍ରାମର ନୀଳମଣି ପାଇକଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୪୧୧/୨୫ ଅନୁଯାୟୀ, ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ନଭେମ୍ବର ୧୦ ତାରିଖ ସନ୍ଧ୍ୟା ୭ ଟାରେ ଗ୍ରାମର ଜଣେ ନାବାଳିକା ଘର ବାରିପଟକୁ ଶୌଚ ପାଇଁ ଯାଇଥିବାବେଳେ ଗ୍ରାମର ରଞ୍ଜିତ କୁମାର ପାଇକ ତାଙ୍କୁ ଟଣାଓଟରା କରିବା ସହ ଅସଦାଚରଣ କରିଥିଲେ। ନାବାଳିକାଙ୍କ ପାଟି ଶୁଣି ତାଙ୍କ ମା’ ଘଟଣାସ୍ଥଳକୁ ଦୌଡ଼ି ଯାଇ ଝିଅକୁ ଉଦ୍ଧାର କରିଥିଲେ। ରଞ୍ଜିତ ସେଠାରୁ ଦୌଡ଼ି ପଳାଇଥିଲେ।
ନାବାଳିକାଙ୍କ ଘରେ କେହି ପୁରୁଷ ଲୋକ ନଥିବାରୁ ତାଙ୍କ ମା’ ଅନ୍ୟଘରେ ରହୁଥିବା ସମ୍ପର୍କୀୟ ଶ୍ବଶୁର ହରିଶ୍ଚନ୍ଦ୍ର ପାଇକ ଓ ଦିଅର ନୀଳମଣିଙ୍କୁ ସମସ୍ତ ଘଟଣା କହିଥିଲେ। ସେମାନେ ଯାଇ ରଞ୍ଜିତଙ୍କୁ ପଚାରିବାରୁ ସେ ଉଭୟଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ଏଥିରେ ଉତ୍ତେଜିତ ହୋଇ ଅଭିଯୁକ୍ତ ନୀଳମଣି ଓ ହରିଶ୍ଚନ୍ଦ୍ରତାଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ।

ଅପରପକ୍ଷରେ ଘଟଣାର ପରଦିନ ନାବାଳିକାଙ୍କ ମା’ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୪୦୯/୨୫ ଅନୁଯାୟୀ ଅଭିଯୁକ୍ତ ରଞ୍ଜିତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିବା ସହ ବ୍ରହ୍ମପୁର ବଡ ଡାକ୍ତରଖାନାରେ ପୀଡ଼ିତା ନାବାଳିକାଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ କରାଯାଇଥିଲା। ଘଟଣାର ଦୁଇଦିନ ପରେ ଆକ୍ରମଣରେ ଗୁରୁତର ଆହତ ରଞ୍ଜିତଙ୍କ ଭାଇ ବିଚିତ୍ରାନନ୍ଦ ପାଇକ ଥାନାରେ ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଅଭିଯୁକ୍ତ ହରିଶ୍ଚନ୍ଦ୍ର ଏବଂ ନୀଳମଣି ବାପ ପୁଅ ଦ୍ବୟଙ୍କ ବିରୋଧରେ ପୋଲିସ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଆକ୍ରମଣ ମାମଲାରେ ଅଭିଯୁକ୍ତ ନୀଳମଣି ଙ୍କୁ ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ର ଗୁରୁବାର
ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଅଭିଯୁକ୍ତ ରଞ୍ଜିତ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଚିକିତ୍ସାଧୀନ ଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri