ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ ମହିଳାଜଣକ ମାନସିକ ଭାବେ ଭାଙ୍ଗିପଡିଥିଲେ । ଏହାପରେ ୧୫ ବର୍ଷୀୟ ନାବାଳିକା ଜୀବନ ହାରିଥିବା ଘଟଣାରେ ପୁରୁଷୋତ୍ତମପୁର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫକରି ରବିବାର ବ୍ରହ୍ମପୁର ପୋକସ କୋର୍ଟକୁ ଚାଲାଣ କରିଛନ୍ତି । ସେମାନେ ହେଲେ ପୁରୁଷୋତ୍ତମପୁର ଗଡସାହିର ରାମାରାଓ ଦୋରା(୫୪) ଓ କନକାସାହିର ଜେ.ଗୋପାଳପାତ୍ର (୩୫) । ଏହି ଘଟଣାକୁ ନେଇ ପୁରୁଷୋତ୍ତମପୁର ଥାନା ଆଇଆଇସି କୁଳମଣି ସେଠୀ କହିଛନ୍ତିଯେ, ମୃତ ନାବାଳିକାଙ୍କ ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ପ୍ରକାରେ ତଦନ୍ତ କରାଯିବା ବେଳେ ରାମାରାଓ ଦୋରାଙ୍କୁ ଗୋପାଳ ପାତ୍ର ଫଟୋ ଭାଇରଲ କରିବାରେ ସହଯୋଗ କରିଥିବାର ଜଣାପଡିଛି ।

ସୂଚନାଯୋଗ୍ଯଯେ, ଏ. ଯଶୋଦା ଆଚାରୀଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କ ସ୍ବାମୀ ବୁଲୁ ଆଚାରୀଙ୍କ ମୃତ୍ୟୁ ପରେ ସେ ଅସହାୟ ହୋଇ ସ୍କୁଲରେ ମଧ୍ୟାହ୍ନ ଭୋଜନ ରାନ୍ଧିବା ସହ ଦିନମଜୁରି କରି ଦୁଇ ଝିଅ ଓ ଗୋଟିଏ ପୁଅଙ୍କୁ ପ୍ରତିପୋଷଣ କରୁଛନ୍ତି । ତେବେ ପେଟପାଇଁ ଉକ୍ତ ସାହିର ରାମାରାଓ ନାମକ ଜଣେ ବ୍ୟକ୍ତିଙ୍କ ଘରକୁ ଯଶୋଦା ଓ ତାଙ୍କ ନାବାଳିକା ଝିଅ କିଏକେତେବେଳେ ଯାଇ ରୋଷେଇ, ବାସନ ମଜା ଓ ଅନ୍ୟାନ୍ୟ ଘରୋଇ କାମ କରୁଥିଲେ । ଏହି ସମୟରେ ଉକ୍ତ ବ୍ୟକ୍ତି ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ତାଙ୍କର କିଛି ଫଟୋ ଉଠାଇ ରଖିଥିଲେ ଏବଂ ତାଙ୍କ ଉପରେ କୁଦୃଷ୍ଟି ପକାଇ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିଥିଲେ । ନାବାଳିକା ଏ ସମ୍ପର୍କରେ ମା’ଙ୍କୁ ଜଣାଇବା ପରେ ଗତ ତିନି ମାସ ଧରି ଉଭୟ ମା’ ଓ ଝିଅ ସେହି ଘରକୁ କାମ କରିବାକୁ ଯିବା ବନ୍ଦ କରିଦେଇଥିଲେ ।

ପରେ ଉକ୍ତ ବ୍ୟକ୍ତି ନାବାଳିକାଙ୍କୁ ବିଭିନ୍ନ ପ୍ରକାରର ଧମକ ଦେବା ସହ ଫଟୋ ଭାଇରାଲ କରିଦେବାକୁ ବ୍ଲାକମେଲ କରୁଥିବା ମୃତାଙ୍କ ମା’ ଅଭିଯୋଗ କରିଥିଲେ । ଏହି ଘଟଣାକୁ ନେଇ ନାବାଳିକାଙ୍କ ସମ୍ପର୍କୀୟମାନେ ରାମାରାଓଙ୍କୁ ଭେଟି ପଚାରିବା ସହ ତାଗିଦ କରିଥିଲେ। ତଥାପି ସେ ନାବାଳିକାଙ୍କୁ ପୁନର୍ବାର ଧମକ ଦେଇଥିବାରୁ ମାନସିକ ଭାବେ ଭାଙ୍ଗିପଡ଼ି ସେ ଘରେ କେହି ନ ଥିବା ସମୟରେ ବିଷପିଇ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?