ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…

ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଜଣକ ସପ୍ତମ ଶ୍ରେଣୀରେ ପଢ଼ୁଥିବା ବେଳେ ପୋଲିସ ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ତୃତୀୟ ଅଭିଯୁକ୍ତକୁ ଧରିବା ପାଇଁ ଅଭିଯାନ ଜାରି ରଖିଛି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ଔରଙ୍ଗାବାଦ ସଦର ହସପିଟାଲରେ ଭର୍ତ୍ତି କରାଯାଇଛି ।

ପୀଡ଼ିତାଙ୍କ ବାପା ଜଣେ ଦିନମଜୁରିଆ। ଘଟଣା ଦିନ ବାପା କାମକୁ ଯାଇଥିଲେ ଏବଂ ମା’ ସାନଭାଇକୁ ନେଇ ଡାକ୍ତରଖାନା ଯାଇଥିଲେ। ନାବାଳିକା ଜଣକ ବିଗତ ୨-୩ ଦିନ ହେବ ଜ୍ଵରରେ ପୀଡ଼ିତ ଥିବାରୁ ଏକାକୀ କୁଟୁମ୍ବା ହସପିଟାଲକୁ ଯାଉଥିଲେ । ପୀଡ଼ିତାଙ୍କ କହିବା ଅନୁଯାୟୀ, ସେ ଚାଲି ଚାଲି ହସପିଟାଲ ଯାଉଥିବା ବେଳେ ଗାଁରୁ ପ୍ରାୟ ଗୋଟିଏ କିଲୋମିଟର ଦୂରରେ ପଛପଟୁ ଏକ କାର୍ ଆସିଥିଲା। କାର୍‌ରେ ୩ ଜଣ ଯୁବକ ଥିଲେ। ସେମାନେ ଗାଡ଼ି ରଖି କୁଆଡ଼େ ଯାଉଛୁ ବୋଲି ପଚାରିବାରୁ ସେ ଦେହ ଖରାପ ଥିବା ଓ ହସ୍ପିଟାଲ ଯାଉଥିବା କହିଥିଲେ। ଏହାପରେ ଅଭିଯୁକ୍ତମାନେ ତାଙ୍କୁ ଜବରଦସ୍ତ କାର୍ ଭିତରକୁ ଟାଣି ନେଇ ପାଟି ବନ୍ଦ କରିଦେଇଥିଲେ, ଯାହାଦ୍ୱାରା ସେ ଚିତ୍କାର କରିପାରିନଥିଲେ। ତାଙ୍କ ମୋବାଇଲ୍ ଫୋନ୍‌ଟିକୁ ମଧ୍ୟ ଛଡ଼ାଇ ନିଆଯାଇଥିଲା। ପୋଲିସର ତଦନ୍ତରୁ ଜଣାପଡ଼ିଛି ଯେ ଅଭିଯୁକ୍ତମାନେ ପୀଡ଼ିତାଙ୍କୁ ପ୍ରାୟ ୩୫ କିଲୋମିଟର ଦୂର ଅମ୍ବା ବଜାର, ଏନ୍‌ଏଚ୍-୧୩୯ ଦେଇ ଶଙ୍କରପୁର ଆରଓବି ନିକଟସ୍ଥ ଧାୱା ଗାଁ ରାସ୍ତାକୁ ନେଇଯାଇ ସେଠାରେ ଗଣବଳାତ୍କାର ଓ ମାରପିଟ୍ କରିଥିଲେ। ଅଭିଯୁକ୍ତମାନେ ତାଙ୍କୁ ହତ୍ୟା କରିବା ପାଇଁ ଯୋଜନା କରୁଥିବା ଶୁଣିବା ପରେ ନାବାଳିକା ଜଣକ ସେମାନଙ୍କୁ ଜୀବନ ଭିକ୍ଷା କରିଥିଲେ।

ଏହାପରେ ଅଭିଯୁକ୍ତମାନେ ତାଙ୍କୁ ଘରଠାରୁ ପ୍ରାୟ ଦେଢ଼ କିଲୋମିଟର ଦୂରରେ ଛାଡ଼ି ଫୋନ୍ ଫେରାଇ ଦେଇ ଫରାର ହୋଇଯାଇଥିଲେ। ପୀଡ଼ିତା ଜଣକ କୌଣସି ମତେ ପରିବାର ଲୋକଙ୍କୁ କଲ୍ କରି ଘରକୁ ଫେରି ସମସ୍ତ ଘଟଣା ଜଣାଇଥିଲେ। ସୋମବାର ଦିନ ପରିବାର ଲୋକଙ୍କ ସହ କୁଟୁମ୍ବା ଥାନାକୁ ଯାଇ ମାମଲା ରୁଜୁ କରାଯାଇଛି। ପରିବାର ଲୋକେ ପୋଲିସକୁ ଏକ ଅଡିଓ ରେକର୍ଡିଂ ମଧ୍ୟ ଦେଇଛନ୍ତି, ଯାହା ଗାଡ଼ି ଭିତରେ ରେକର୍ଡ ହୋଇଥିବା ଦାବି କରାଯାଉଛି। ଏଥିରେ ଭୋଜପୁରୀ ଗୀତ ବାଜିବା ସହ ଅଭିଯୁକ୍ତମାନେ ଅନ୍ୟ ଝିଅମାନଙ୍କୁ ଶିକାର କରିବା କଥା ଆଲୋଚନା କରୁଥିବା ଶୁଣାଯାଉଛି। SIT ଗଠନ, ୨ ଗିରଫଔରଙ୍ଗାବାଦ ଏସପି ଉପେନ୍ଦ୍ରନାଥ ବର୍ମାଙ୍କ ନିର୍ଦ୍ଦେଶକ୍ରମେ ଏସଡିପିଓ ସଦର-୧ ଆଦିତ୍ୟ କୁମାରଙ୍କ ନେତୃତ୍ୱରେ ଏକ SIT ଟିମ୍ ଗଠନ କରାଯାଇଛି। ପୋଲିସ ତୁରନ୍ତ ପଦକ୍ଷେପ ନେଇ ୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରିସାରିଛି। ଫରାର ଥିବା ତୃତୀୟ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?