ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ ବୁଡ଼ିଯାଇ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ତନୂପୁର ଗ୍ରାମର ସନ୍ତୋଷ ମଲ୍ଲିକଙ୍କ ଝିଅ ଅଞ୍ଜଳି (୧୩) ବୋଲି ଗ୍ରାମବାସୀ କହିଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁସାରେ, ଶନିବାର ମଧ୍ୟାହ୍ନ ସମୟରେ ଅଞ୍ଜଳି ଘର ନିକଟସ୍ଥ ନଦୀନାଳକୁ ଗାଧୋଇବା ପାଇଁ ଯାଇଥିଲେ। ସମ୍ପ୍ରତି ବନ୍ୟା ଯୋଗୁ ନଦୀରେ ପ୍ରଖର ଜଳସ୍ରୋତ ପ୍ରବାହିତ ହେଉଥିବା ବେଳେ ବିଭିନ୍ନ ସ୍ଥାନରେ ଗଭୀର ଗଣ୍ଡ ମଧ୍ୟ ସୃଷ୍ଟି ହୋଇଛି। ଗାଧୋଇବା ସମୟରେ ଅଞ୍ଜଳି ଅସାବଧାନତାବଶତଃ ଗଭୀର ପାଣିକୁ ଚାଲିଯାଇ ପ୍ରଖର ସ୍ରୋତରେ ଭାସିଯାଇଥିଲେ।

ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିବାରେ ବିଳମ୍ବ ହେବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଳମ୍ବ ନ କରି ଗ୍ରାମର କେତେକ ସାହସୀ ଯୁବକ ନିଜ ଜୀବନକୁ ବାଜି ଲଗାଇ ଅଣ୍ଟାରେ ରସି ବାନ୍ଧି ନଦୀର ପ୍ରଖର ସ୍ରୋତ ମଧ୍ୟକୁ ଓହ୍ଲାଇଥିଲେ।

ଦୀର୍ଘ ସମୟର କଠିନ ପ୍ରୟାସ ପରେ ଯୁବକମାନେ ଅଞ୍ଜଳିଙ୍କୁ ପାଣି ଭିତରୁ ଉଦ୍ଧାର କରିଥିଲେ। ପରେ ଗ୍ରାମବାସୀ ଗୁରୁତର ଅବସ୍ଥାରେ ଅଞ୍ଜଳିଙ୍କୁ ତୁରନ୍ତ ପଟ୍ଟାମୁଣ୍ଡାଇ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଉପସ୍ଥିତ ଡାକ୍ତର ପରୀକ୍ଷା-ନିରୀକ୍ଷା କରିବା ପରେ ଅଞ୍ଜଳିଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଦୁଃଖଦ ଘଟଣାକୁ ନେଇ ତନୂପୁର ଗ୍ରାମ ସମେତ ସମଗ୍ର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଆଳି ଡାକ୍ତରଖାନାକୁ ପଠାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri