ଥାନାରେ ନାବାଳିକା ବିଷାକ୍ତ ଜିନିଷ ଖାଇବା ଘଟଣା: ବନ୍ଧାହେଲେ ପୁରୁଷ ବନ୍ଧୁ, ଲଜ୍‌ ମାଲିକ

ବ୍ରହ୍ମପୁର,୩।୯(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲା ଗୋପାଳପୁର ଥାନା ପରିସରରେ ସୋମବାର ଅପରାହ୍ନରେ ଜଣେ ନାବାଳିକା କିଛି ବିଷାକ୍ତ ଜିନିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନାବାଳିକାଙ୍କ ପୁରୁଷ ବନ୍ଧୁ ନିମଖଣ୍ଡି ଥାନା ଅନ୍ତର୍ଗତ ଯୋଗିଆପଲ୍ଲୀର କେଦାର ଦାସ(୨୮) ଓ ଲଜ୍‌ ମାଲିକ ଗୋପାଳପୁରର ଯୋଗେନ୍ଦ୍ର କୁମାର ସିଂ(୩୯)। କେଦାର ନାବାଳିକା ଛାତ୍ରୀଙ୍କୁ ଅପହରଣ କରି ଲଜ୍‌ରେ ରଖିବା ଓ ସେଠାରେ ତାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଯୋଗେନ୍ଦ୍ର ଉଭୟଙ୍କୁ ନିଜ ଲଜ୍‌ରେ ରହିବାକୁ ଅନୁମତି ଦେଇଥିବାରୁ ଗିରଫ ହୋଇଥିବା ବ୍ରହ୍ମପୁର ମୁଖ୍ୟାଳୟରେ ଖବରଦାତା ସମ୍ମିଳନୀରେ ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ୨ ଅଭିଯୁକ୍ତଙ୍କ ମୋବାଇଲ ଫୋନ୍‌ ଜବତ କରାଯାଇଛି। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇ ଘଟଣାର ତଦନ୍ତ ଜାରି ରହିଛି। ସେହିପରି ପୀଡ଼ିତା ଛାତ୍ରୀଙ୍କ ନିକଟରୁ ଜବତ ହୋଇଥିବା ବୋତଲ ପରୀକ୍ଷା ପାଇଁ ଏସ୍‌ଏଫ୍‌ଏସ୍‌ଏଲ୍‌ ପଠାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଏଥିସହ ଗୋପାଳପୁର ବେଳାଭୂମି ବୁଲିବାକୁ ଆସୁଥିବା ନାବାଳିକାଙ୍କୁ କେହି ଲଜ୍‌ରେ ରହିବାକୁ ଅନୁମତି ନ ଦେବାକୁ ପରାମର୍ଶ ଦେଇଛନ୍ତି। ଏଭଳି ବେଆଇନ କାମ କରୁଥିବା ଲଜ୍‌ ମାଲିକମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍‌ପି କହିଛନ୍ତି।
ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଅଭିଯୁକ୍ତ କେଦାର ସୋମବାର ମଧ୍ୟାହ୍ନରେ ତାଙ୍କ ୧୭ ବର୍ଷିୟା ବାନ୍ଧବୀଙ୍କୁ ଫୋନ କରି ଖଲ୍ଲିକୋଟ କଲେଜ ଡାକିଥିଲେ। ସେଠାରୁ ତାଙ୍କୁ ନିଜ ବାଇକ୍‌ରେ ବସାଇ ଗୋପାଳପୁର ଆଣିଥିଲେ। ବାଇକ୍‌ ପାର୍କିଂ କରି ସେଠାରେ ଛିଡ଼ା ହୋଇଥିବା ଲଜ୍‌ ମାଲିକ ଯୋଗେନ୍ଦ୍ରଙ୍କୁ ଫୋନ ପେ’ରେ ୭୦୦ ଟଙ୍କା ଦେଇ ଏକ ରୁମ୍‌ ବୁକ୍‌ କରିଥିଲେ। ଛାତ୍ରୀଙ୍କ ସହ ରୁମ୍‌ରେ ପ୍ରାୟ ୨ ଘଣ୍ଟା ରହିବା ପରେ ସେମାନଙ୍କ ମଧ୍ୟରେ କୌଣସି କଥାକୁ କେନ୍ଦ୍ର କରି ଝଗଡ଼ା ହୋଇଥିଲା। ପାଟିତୁଣ୍ଡ ଶୁଣି ଲଜ୍‌ ମାଲିକ ରୁମ୍‌ ଛାଡ଼ିବାକୁ ବାଧ୍ୟ କରିବାରୁ ଉଭୟେ ବାହାରି ଆସିଥିଲେ। ସେଠାରୁ ଛାତ୍ରୀଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଥାନାକୁ ଆସିଥିଲେ। ଛାତ୍ରୀ ଜଣକ ନାବାଳିକା ଜଣାପଡ଼ିବା ପରେ ପୋଲିସ ତାଙ୍କ ପରିବାର ଲୋକଙ୍କୁ ଥାନାକୁ ଡକାଇଥିଲା। ଘଟଣା ସମ୍ପର୍କରେ ଯୁବକଙ୍କୁ ପଚରାଉଚରାବେଳେ ଛାତ୍ରୀ ଜଣକ ନିଜ ବ୍ୟାଗରେ ରଖିଥିବା କୌଣସି ତରଳ ଜିନିଷ ପିଇଦେବାରୁ ବାନ୍ତି ଆରମ୍ଭ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକଙ୍କ ସହାୟତାରେ ଏମ୍‌କେସିଜି ମେଡିକାଲ ଅଣାଯାଇଥିଲା। ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ତାଙ୍କୁ ଶିଶୁ ମଙ୍ଗଳ ଅଧିକାରୀଙ୍କ ନିକଟରେ ହାଜର କରାଯିବ ବୋଲି ଏସ୍‌ପି କହିଛନ୍ତି। ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ନଂ.୩୧୬/୨୫ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?