କଟକରେ ନାବାଳିକାଙ୍କୁ ଟେକିନେଇ ଗଣବଳାତ୍କାର, ଏସସିବି ହସ୍ପିଟାଲରେ ଭର୍ତ୍ତି

କଟକ,୧୬।୨: ସରସ୍ବତୀ ପୂଜାରେ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଟେକିନେଇ ଗଣଦୁଷ୍କର୍ମ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ହୋଇଛି। ମଧୁପାଟଣା ଥାନାରେ ଏ ସଂକ୍ରାନ୍ତରେ ପୀଡ଼ିତା ବୟାନ ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ବାଲିସାହି ଅଞ୍ଚଳରେ ରହୁଥିବା ଜଣେ ନାବାଳିକା ସରସ୍ବତୀ ପୂଜା ଦିନ ସକାଳ ପ୍ରାୟ ୧୦ଟା ବେଳେ ଘରୁ ୧୦ ଟଙ୍କା ନେଇ ଜଳଖିଆ ଖାଇବାକୁ ଯାଇଥିଲେ। ଏହି ସମୟରେ ପଡ଼ୋଶୀ ଆଉ ଜଣେ ନାବାଳିକା(ସାଙ୍ଗ) ତାଙ୍କୁ ପୋପରଡ଼ା ବଜାରକୁ ଚୁଡ଼ି କିଣିବାକୁ ନେଇଯାଇଥିଲେ। ଉଭୟ ସାଇକେଲରେ ଯାଇଥିଲେ। ପୋପରଡ଼ା କଲୋନି ରାସ୍ତାରେ ଏହି ବାଲିସାହିର ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ଟେକିନେଇ ଗଣଦୁଷ୍କର୍ମ କରିଥିଲେ। ପ୍ରଚୁର ରକ୍ତସ୍ରାବ ହେବାରୁ ନାବାଳିକାଙ୍କୁ ମଧୁପାଟଣା ଥାନା ପୁଲିସ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛି।

ପୀଡ଼ିତା ନାବାଳିକା ତୃତୀୟ ଶ୍ରେଣୀରେ ପଢ଼ୁଥିବା ବେଳେ ପରିବାର ଲୋକେ ଏହି ଘଟଣା ମଧୁପାଟଣା ଥାନାରେ ଫେରାଦ ହୋଇଛନ୍ତି। ଜିଲ୍ଲା ଆଇନସେବା ପ୍ରାଧୀକରଣର ପାରାଲିଗାଲ୍ ସ୍ବେଚ୍ଛାସେବୀ ବିଭୂତି କୁମାର ରାୟ ମଧ୍ୟ ପୀଡ଼ିତା ପରିବାରଙ୍କ ସହିତ ଫେରାଦ ହୋଇ ଅବଗତ କରିଛନ୍ତି। ପୁଲିସ ଦଫା ୩୭୬, ପୋସକୋ, ୩୪ରେ ମାମଲା(କେସ୍ ନଂ ୫୨) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏସିପି ସ୍ବସ୍ତିକ ପଣ୍ଡାଙ୍କ କହିବା ଅନୁଯାୟୀ, ନାବାଳିକା ଜଣକ ଗଣଦୁଷ୍କର୍ମ ଅଭିଯୋଗ ଆଣିବା ପରେ ପୁଲିସ ଏକ ମାମଲା ରୁଜୁ କରି ସେହି ଆଧାରରେ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri