ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ନାବାଳିକାଙ୍କୁ ଡାଟା ଏଣ୍ଟ୍ରି ଚାକିରି କରାଇଦେବାକୁ କହି ୨ଯୁବକ ୟୁନିଟ-୯ରେ ଥିବା ଭଡ଼ାଘରକୁ ଡାକିଥିଲେ। ସେଠାରେ ନାବାଳିକାଙ୍କୁ ତାଙ୍କ ପୁରୁଷ ବନ୍ଧୁ ଛାଡ଼ିବା ପରେ ତାଙ୍କ ମୋବାଇଲ୍‌ ନେଇ ପଳାଇଥିଲେ। ସେଠାରେ ଦୁଇଜଣ ଅଭିଯୁକ୍ତ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା ନାବାଳିକା ଶହୀଦନଗର ଥାନାରେ ଶୁକ୍ରବାର ସକାଳ ୯ଟାରେ ଅଭିଯୋଗ କରିଥିଲେ। ନାବାଳିକାଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ଗଣ ବଳାତ୍କାର ଏବଂ ପୋକ୍‌ସୋ ଆକ୍ଟରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ଟିମ୍‌ ଗଠନ କରିଥିଲା। ଏହି ଟିମ୍‌୍‌ ଶହୀଦନଗର ଥାନା ଅଞ୍ଚଳରେ ଶନିବାର ଚଢାଉ କରି ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତହେଲେ ମୁକୁନ୍ଦପ୍ରସାଦର ସାହିଲ ଖାନ୍‌ ଏବଂ ଖୋର୍ଦ୍ଧା ସାରୁଅର ଅକ୍ଷୟ ରାଉତ। ଦୁଇ ଅଭିଯୁକ୍ତ ୟୁନିଟ-୯ରେ ଘର ଭଡ଼ା ନେଇ ପ୍ରତିଯୋଗିତାମୂଳକ କମ୍ପିଟେଟିଭ୍‌ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ। ଏହି ମାମଲାରେ ଫେରାର ଥିବା ନାବାଳିକାଙ୍କ ପୁରୁଷ ବନ୍ଧୁଙ୍କୁ ଧରିବାକୁ ପୋଲିସ ଚଢାଉ ଜୋରଦାର କରିଛି। ଏଥିସହ ଭଡ଼ା ଘରେ ସାଇଣ୍ଟିଫିକ୍‌ ଟିମ୍‌ ଯାଇ ଏକାଧିକ ନମୁନା ସଂଗ୍ରହ କରିଛି।
ପୋଲିସ ସୂଚନାନୁସାରେ, ଗତ୧୮ ତାରିଖରେ ନାବାଳିକାଙ୍କୁ ତାଙ୍କ ପୁରୁଷ ବନ୍ଧୁ ଡାଟା ଏଣ୍ଟ୍ରି ଚାକିରି କରିବା ପାଇଁ କହି ଡାକିଥିଲେ। ସେହିଦିନ ନାବାଳିକାଙ୍କୁ ତାଙ୍କ ପୁରୁଷବନ୍ଧୁ ସାଥିରେ ଧରି ଦୁଇ ଅଭିଯୁକ୍ତ ରହୁଥିବା ଭଡ଼ା ଘରେ ପହଞ୍ଚତ୍ଥିଲେ। ସେଠାରେ ନାବାଳିକାଙ୍କୁ ଅପେକ୍ଷା କର ସନ୍ଧ୍ୟାରେ ଇଣ୍ଟରଭ୍ୟୁ ପାଇଁ ଯିବ ବୋଲି କହି ଛାଡ଼ିଥିଲେ। ଏପରିକି ନାବାଳିକାଙ୍କ ଫୋନ୍‌ ମଧ୍ୟ ସେ ନେଇ ପଳାଇଥିଲେ। ଘର ଭିତରେ ଦୁଇ ଅଭିଯୁକ୍ତ ନାବାଳିକାଙ୍କୁ ଗଣବଳାତ୍କାର କରିବା ପରେ ମାଡ଼ ମାରିଥିଲେ। ପୋଲିସରେ ଅଭିଯୋଗ କଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ। ନାବାଳିକା ତାଙ୍କ କଥାରେ ରାଜି ହୋଇ ଜୀବନ ବଞ୍ଚାଇ ବାହାରକୁ ଆସି ଘରକୁ ପଳାଇଥିଲେ। ୧୯ ତାରିଖ ସକାଳେ ଥାନାକୁ ଆସି ଅଭିଯୁକ୍ତଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri