ସୁନ୍ଦରଗଡ଼ରେ ନାବାଳିକାଙ୍କୁ ଗଣବଳାତ୍କାର: ୩ ଗିରଫ

ଭୁବନେଶ୍ୱର,୨୯ା୭: ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି।

ପୋଲିସ ମୁଖ୍ୟ ଅଭିଯୁକ୍ତ ଶିତେଶ ବରାଳ (୧୯)ଙ୍କୁ ସ୍ଥାନୀୟ ଅଦାଲତରେ ହାଜର କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତ, ଯେଉଁମାନେ ନାବାଳକ, ସେମାନଙ୍କୁ ସଂଶୋଧନାଗାରକୁ ପଠାଇଛି। ପୋଲିସ ସୂଚନା ଅନୁଯାୟୀ, ଶିତେଶ ବରାଳ ନାବାଳିକାଙ୍କୁ ପୂର୍ବରୁ ଚିହ୍ନିଥିଲେ।

କିଛି ଦିନ ତଳେ ସେ ନାବାଳିକାଙ୍କୁ ରାଉରକେଲା ସହରର ବ୍ରାହ୍ମଣୀ ତରଙ୍ଗ ଅଞ୍ଚଳରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘରୁ ସ୍କୁଟରରେ ରାଜଗାଙ୍ଗପୁର ନିକଟସ୍ଥ କାନସବାହାଲକୁ ବୁଲାଇବା ନେଇ ନେଇଥିଲେ। ସେଠାରେ ଶିତେଶ ଓ ତାଙ୍କର ଦୁଇ ସାଙ୍ଗ ନାବାଳିକାଙ୍କୁ ଏକ ନିଛାଟିଆ ସ୍ଥାନରେ ଗଣବଳାତ୍କାର କରିଥିଲେ।

ନାବାଳିକାଙ୍କ ପରିବାର ଗତକାଲି କାନସବାହାଲ ପୋଲିସ ଆଉଟପୋଷ୍ଟରେ ଏନେଇ ଅଭିଯୋଗ ଦାୟର କରିଥିଲେ। ଘଟଣାକୁ ଗୁରୁତ୍ୱ ଦେଇ କାନସବାହାଲ ପୋଲିସ ଏକ ମାମଲା ରୁଜୁ କରି ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି।

ତଦନ୍ତକାରୀ ଅଧିକାରୀଙ୍କ କହିବା ଅନୁଯାୟୀ, ତିନି ଅଭିଯୁକ୍ତ ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ଅଞ୍ଚଳର ବାସିନ୍ଦା। ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri