ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର ଚାନ୍ଦିପୋସି ଗ୍ରାମର ବିଜୟ ଧୀବରକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଥାଉକି, ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଧୀବର ଗର୍ଭବତୀ କରିବା ନେଇ ବାରକୋଟ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।

