କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା କନ୍ୟା ସନ୍ତାନ ପ୍ରସବ କରିଛନ୍ତି। ପ୍ରସବ ପରେ ଚିକିତ୍ସାଳୟ ପକ୍ଷରୁ ଜରପଡା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଜରପଡା ଥାନା ପୋଲିସ ଏକ ମାମଲା(ନଂ.୩୦୫/୨୬) ରୁଜୁ କରି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଆଠମଲ୍ଲିକ କଲମପୁର ଗାଁର ପ୍ରହଲ୍ଲାଦ ନାଏକ ।

ମିଳିଥିବା ସୂଚନା ମୁତାବକ, ଆଠମଲ୍ଲିକ ଅଞ୍ଚଳର ପ୍ରହଲ୍ଲାଦ ଜରପଡା ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ପରେ ସେ ନାବାଳିକାଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। ପରବର୍ତ୍ତି ସମୟରେ ନାବାଳିକା ଜଣକ ଗର୍ଭବତୀ ହୋଇଥିଲେ। ନାବାଳିକାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଅନୁଗୋଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ ସେ ଏକ କନ୍ୟା ସନ୍ତାନ ପ୍ରସବ କରିଥିଲେ।

ଏନେଇ ମେଡିକାଲ କର୍ତ୍ତୃପକ୍ଷ ଥାନାରେ ଏକ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୋଲିସ ନାବାଳିକାଙ୍କ ବୟାନ ରେକର୍ଡ କରିବା ସହିତ ଅଭିଯୁକ୍ତ ପ୍ରହଲ୍ଲାଦଙ୍କୁ ଗିରଫ କରିଥିଲା। ପୋଲିସ ଘଟଣାର ତଦନ୍ତ ପରେ ପ୍ରହ୍ଲାଦକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ମନୋଜ ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?