ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା ଶିମିଳି ବାଞ୍ଛା ପଞ୍ଚାୟତ ଅଞ୍ଚଳରେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୫) ରୁଜୁ କରି ତଦନ୍ତ ଚଳାଇଛି।

ଏମଭି ୭୯ ଗ୍ରାମର ଅନୁପ ପାଲ(୨୪)ଙ୍କ ସହ ନାବାଳିକାଙ୍କର ପ୍ରେମ ସମ୍ପର୍କ ଥିଲା। ଦୁହେଁ ଘରୁ ଫେରାର ହୋଇଯାଇଥିଲେ। ଦୀର୍ଘ ମାସ ବାହାରେ ରହି ଗତ ୩ ମାସ ତଳେ ଗ୍ରାମକୁ ଆଣି ଯୁବକ ନିଜ ଘରେ ନାବାଳିକାଙ୍କୁ ରଖିଥିଲେ l ପରିବାର ଲୋକଙ୍କ ସହ ମିଶି ଅନୁପ ନାବାଳିକାଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ଦେଉଥିଲେ। ଏହା ସହି ନ ପାରି ନାବାଳିକା ଜଣକ ୧୫ ଦିନ ତଳେ ତାଙ୍କ ମା’ଙ୍କ ପାଖକୁ ଚାଲି ଆସିଥିଲେ।

ଗୁରୁବାର ଘରଠାରୁ ତିନିଶହ ମିଟର ଦୂର ଏକ ଗଛରେ ଲୁଗା ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଥିଲା। ନାବାଳିକା ଜଣଙ୍କ ଗର୍ଭବତୀ ଥିବା ସନ୍ଦେହ କରାଯାଇଛି ।

ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଏହାର ପ୍ରକୃତ କାରଣ ଜଣାଯିବ ବୋଲି ଥାନା ଏସ୍‌ଆଇ ଗିରି ଶଙ୍କର ସାରକା କହିଛନ୍ତି l ନାବାଳିକା ଜଣଙ୍କ ନିଜ ପୋଷାକ ଉପରେ ଯୁବକଙ୍କର ଏକ ଟି -ଶାର୍ଟ ପିନ୍ଧି ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri