ଆଖି ବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା, ଏସ୍‌ପି କହିଲେ…

ବରଗଡ଼,୧୧ା୮(ପ୍ରେମାନନ୍ଦ ଖମାରୀ): ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସ୍‌ପି ଅଭିଳାଷ. ଜୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଛନ୍ତି ଭାରପ୍ରାପ୍ତ ଏସ୍‌ପି। ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା। ଫିରିଙ୍ଗିମାଳ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ।

ସୋମବାର ସକାଳେ ଜଣେ ୧୩ ବର୍ଷୀୟା ନାବାଳିକା ଘରଠାରୁ ଅନତିଦୂରରେ ରହିଥିବା ଖେଳପଡ଼ିଆ ମଝିରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗାଇସିଲେଟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେଥିଲେ ତେବେ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ନାବାଳିକା ଜଣକ ନିଜ ମାମୁ ଘରେ ରହୁଥିବା ବେଳେ ତାଙ୍କ ବାପା ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇଥିବା ସୂଚନା ମିଳିଛି।