ବଡ଼ବାପା, ଦାଦା ସାଜିଲେ ରାକ୍ଷସ: ପରିବାର ମୁଖିଆଙ୍କ ଯୌନଶୋଷଣର ଶିକାର ହୋଇଛନ୍ତି ନାବାଳିକା

ବ୍ର୍ରହ୍ମପୁର,୨୦।୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ପୁଣି ଯୌନଶୋଷଣ ଘଟଣା ସାମନାକୁ ଆସିଛି। ଦୁଇ ନାବାଳିକା ପରିବାର ମୁଖିଆଙ୍କ ଯୌନଶୋଷଣର ଶିକାର ହୋଇଛନ୍ତି। ଗୋଷାଣି ନୂଆଗାଁ ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଅଭିଯୋଗରେ ବଡ଼ବାପା ଓ ଦାଦାଙ୍କୁ ପୋଲିସ ବାନ୍ଧିଛି। ଦୁଇ ଅଭିଯୁକ୍ତ ତାଙ୍କ ଭାଇଙ୍କ ୧୭ ବର୍ଷୀୟା ଝିଅଙ୍କୁ ଯୌନଶୋଷଣ କରିଥିବା ନେଇ ପୀଡ଼ିତାଙ୍କ ବୟାନ ଆଧାରରେ ଗିରଫ ହୋଇଛନ୍ତି। ଏମ୍‌କେସିଜି ମେଡିକାଲରେ ରବିବାର ୨ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯାଇଛି। ମାମଲା ନଂ. ୨୭୧/୨୬ରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେହିପରି ଜଣେ ଅଭିଯୁକ୍ତ ତାଙ୍କ ନିଜ ୧୨ ବର୍ଷୀୟା ଝିଅକୁ ମଧ୍ୟ ଯୌନଶୋଷଣ କରିଥିବା ନେଇ ଥାନାରେ ଆଉ ଏକ ଅଭିଯୋଗ ହୋଇଛି। ଉକ୍ତ ଅଭିଯୋଗକୁ ଭିତ୍ତିକରି ପୋଲିସ ଅନ୍ୟ ଏକ ମାମଲା ନଂ. ୨୭୨/୨୬ ରୁଜୁ କରିଛି। ଅଭିଯୁକ୍ତଙ୍କ ବିରୋଧରେ କୋର୍ଟରେ ରିମାଣ୍ଡ ରିପୋର୍ଟ ଦାଖଲ କରାଯିବ ବୋଲି ପୋଲିସ କହିଛି। ୨ ପୀଡ଼ିତାଙ୍କୁ ସିଡବ୍ଲ୍ୟୁସିରେ ହାଜର ପରେ ବ୍ରହ୍ମପୁରସ୍ଥିତ ଉତ୍କଳ ବାଳାଶ୍ରମରେ ରଖାଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ଗତ ୯ ତାରିଖରେ ନିମଖଣ୍ଡି ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିଥିଲେ। ବାପାଙ୍କ ଯୌନଶୋଷଣ, ବ୍ଲାକମେଲିଂରୁ ସେ ଏଭଳି ଚରମ ନିଷ୍ପତ୍ତି ନେଲେ ବୋଲି ଜମାନବନ୍ଦୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

ପରିବହନକୁ ନେଇ ଗୋଷ୍ଠୀ ସଂଘର୍ଷ; ମରଣାତ୍ମକ ଆକ୍ରମଣରେ ୪ରୁ ଅଧିକ ଗୁରୁତର

ସୁନ୍ଦରଗଡ଼,୪।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅନ୍ତର୍ଗତ ଗର୍ଜନବାହାଲ କୋଇଲା ଖଣିରେ ଗୁରୁବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଡ଼ି ଧାଡ଼ିରେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର: ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ଲୋଇସିଂହା, ୩ା୯ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଉପରବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri