ଗଣେଶ ଭସାଣି ଦେଖିବାକୁ ଭଉଣୀ ଘରକୁ ଆସିଥିଲେ ନାବାଳିକା, ଉଠାଇ ନେଇ କାର୍‌ ଭିତରେ ବଳାତ୍କାର କଲେ ଯୁବକ, ଚିତ୍କାର କରିବାରୁ…

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣାକୁ ଗୁରୁତର ନେଇ ପୋକ୍ସୋ ଆଇନରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ଘଟଣା ପରେ ଅଭିଯୁକ୍ତ ଫେରାର ରହିଥିବା ପୋଲିସ କହିଛି।

ପ୍ରକାଶ ଯେ, ନାବାଳିକା ଜଣକ ଗତ ଅଗଷ୍ଟ ୩୧ରେ ନିଜ ବଡ଼ ଭଉଣୀ ଘରକୁ ବୁଲିବାକୁ ଆସିଥିଲେ। ତେବେ ଶୁକ୍ରବାର ସନ୍ଧ୍ୟାରେ ଭଉଣୀ ଘରଠାରୁ କିଛି ଦୂରରେ ଗଣେଶ ମୂର୍ତ୍ତି ଭସାଣି ପାଇଁ ବିରାଟ ଶୋଭାଯାତ୍ରା ହେଉଥିଲା। ତାହା ଦେଖିବା ପାଇଁ ଭଉଣୀ ସେଠାକୁ ଯାଇଥିଲେ। ଏହି ସମୟରେ ଶୋଭାଯାତ୍ରା ଓ ଭସାଣି ସରିବା ପରେ ନାବାଳିକା ଜଣକ ତାଙ୍କ ଡ୍ରେସ୍‌ ଜ୍ୟାକେଟ୍‌ ଜଣଙ୍କ ଘରେ ରଖିଥିଲେ। ସେ ପ୍ରସାଦ ଖାଇ ସେଠାକୁ ଯାଇ ନିଜ ଜ୍ୟାକେଟ୍‌ଟି ନେଇ ଆସୁଥିବା ବେଳେ ଜଣେ ବିବାହିତ ଯୁବକ କାର୍‌ରେ ଆସି ନାବାଳିକାଙ୍କୁ ଜୋର ଜବରଦସ୍ତ ଉଠାଇ ନେଇ ଦାରିଙ୍ଗବାଡ଼ି ସହର ବାହାରେ କାର୍‌ ଭିତରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବଳାତ୍କାର କରିଥିବା ଯୁବକ ଜଣକ କାରର ଡୋର୍‌ ଖୋଲିବା ଦେଖି ନାବାଳିକା ଜଣକ ଚିତ୍କାର କରି ସେଠାରୁ ଖସିଯିବାକୁ ଉଦ୍ୟମ କରିଥିଲେ। ତେବେ ଅଭିଯୁକ୍ତ ଜଣକ ନାବାଳିକାଙ୍କ ଚୁଟିକୁ ଧରି ଘୋଷାଡ଼ି ଘୋଷାଡ଼ିି ପୁଣି କାର୍‌ ନିକଟକୁ ନେଇ କାହାକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି। ନାବାଳିକା ଜଣକ ଗୁରୁତର ଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି। ପୋଲିସ ଏହି ମାମଲାରେ କାହାରିକୁ ଗିରଫ କରିପାରିନାହିଁ। ଅଭିଯୁକ୍ତ ଫେରାର ଥିବା କୁହାଯାଇଛି। ଘଟଣା ପରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବାକୁ ଦୃଢ଼ ଦାବି ହେଉଛି। ଏଥିସହିତ ମହିଳାମାନଙ୍କ ସୁରକ୍ଷାକୁ ପୋଲିସ ଗୁରୁତ୍ୱ ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri