ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଥିତ ଅତିରିକ୍ତ ଜିଲା ଦୌରା ଜଜ ତଥା ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଥାନା ମାମଲା ନଂ.୧୧୫/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।
କହିରଖୁଛୁ, ଗତ ୫ ତାରିଖରେ ଜଣେ ନାବାଳିକା ତାଙ୍କ ମା’ଙ୍କ ସହ ଦଣ୍ଡନାଚ ଦେଖିବାକୁ ଜଣେ ସମ୍ପର୍କୀୟ ଘରକୁ ଆସିଥିବା ବେଳେ ଅଭିଯୁକ୍ତ ତାଙ୍କୁ କୌଶଳକ୍ରମେ ଅପହରଣ କରି ନେଇଥିଲେ। ଘଟଣାର ପରଦିନ ଏନେଇ ନାବାଳିକାଙ୍କ ମା’ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ନାବାଳିକାଙ୍କ ଫୋନ ଟ୍ରାକିଂ କରି ପୋଲିସ ରାୟଗଡ଼ା ଜିଲା ଗୁଣପୁର ନିକଟ ଛିନାସରି ଗ୍ରାମରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ପରେ ପୀଡ଼ିତାଙ୍କୁ ବ୍ରହ୍ମପୁର ସିଡ଼ବ୍ଲୁସି କାର୍ଯ୍ୟାଳୟରେ ହାଜର କରାଯିବା ପରେ ଜଣେ ମହିଳା ପୋଲିସ ଅଧିକାରୀଙ୍କ ନିକଟରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା। ତଦନ୍ତକାରୀ ଅଧିକାରୀ ଉଭୟଙ୍କ ପୋଷାକ ଏବଂ ପୀଡ଼ିତା ଙ୍କ ସ୍କୁଲ ସାର୍ଟିଫିକେଟ ଜବତ କରିଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri