ଘରେ ଶୋଇଥିବା ବେଳେ ନାବାଳିକାଙ୍କୁ ଫେରାର କରି ନେଇ ବଳାତ୍କାର, ଟ୍ରାକିଂ କରି ଚେନ୍ନାଇରୁ ସନିଆଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରୁ ଅପହରଣ କରାଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଚେନ୍ନାଇରୁ ଉଦ୍ଧାର କରିଛନ୍ତି। ଗତ ମେ ୧୮ ତାରିଖ ରାତିରେ ନାବାଳିକା ଜଣକ ଘରେ ଶୋଇଥିବା ବେଳେ ନିଖୋଜ ହୋଇଯାଇଥିଲେ। ଏନେଇ ନାବାଳିକାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ତାଙ୍କ ଗାଁର ସନିଆ ନାୟକ ତାଙ୍କ ଝିଅକୁ ଅପହରଣ କରି ନେଇଥିବା ସେ ଏତଲାରେ ଉଲ୍ଲେଖ କରିଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୯୮/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଅଭିଯୁକ୍ତଜଣଙ୍କ ନାବାଳିକାଙ୍କୁ ଚେନ୍ନାଇ ନେଇଯାଇଥିବା ଜଣାପଡିଥିଲା।

ଅଭିଯୁକ୍ତଙ୍କ ମୋବାଇଲ ଫୋନ ଚେନ୍ନାଇ ଲୋକେସନରେ ଥିବା ଜଣାପଡିବା ପରେ ତଦନ୍ତକାରୀ ଅଧିକାରୀ ସଦଳବଳେ ଚେନ୍ନାଇରେ ପହଞ୍ଚି ତାଙ୍କ ମୋବାଇଲ ଟ୍ରାକିଂ କରି ସେଠାକାର ପୋଲିସ ସହାୟତାରେ ନାବାଳିକାଙ୍କୁ ଉଦ୍ଧାର କରିବାସହ ଅଭିଯୁକ୍ତ ସନିଆଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ପୀଡ଼ିତା ଓ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବାପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଗାଁ ରେ ପରିବାରଲୋକେ କେହି ନଥିବାରୁ କୋର୍ଟଙ୍କ ଆଦେଶକ୍ରମେ ଉଦ୍ଧାର ନାବାଳିକାଙ୍କୁ ବ୍ରହ୍ମପୁର ସ୍ଥିତ ଉତ୍କଳ ବାଳାଶ୍ରମରେ ଛଡ଼ା ଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri