ଘରେ ଶୋଇଥିବା ବେଳେ ନାବାଳିକାଙ୍କୁ ଫେରାର କରି ନେଇ ବଳାତ୍କାର, ଟ୍ରାକିଂ କରି ଚେନ୍ନାଇରୁ ସନିଆଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରୁ ଅପହରଣ କରାଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଚେନ୍ନାଇରୁ ଉଦ୍ଧାର କରିଛନ୍ତି। ଗତ ମେ ୧୮ ତାରିଖ ରାତିରେ ନାବାଳିକା ଜଣକ ଘରେ ଶୋଇଥିବା ବେଳେ ନିଖୋଜ ହୋଇଯାଇଥିଲେ। ଏନେଇ ନାବାଳିକାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ତାଙ୍କ ଗାଁର ସନିଆ ନାୟକ ତାଙ୍କ ଝିଅକୁ ଅପହରଣ କରି ନେଇଥିବା ସେ ଏତଲାରେ ଉଲ୍ଲେଖ କରିଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୯୮/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଅଭିଯୁକ୍ତଜଣଙ୍କ ନାବାଳିକାଙ୍କୁ ଚେନ୍ନାଇ ନେଇଯାଇଥିବା ଜଣାପଡିଥିଲା।

ଅଭିଯୁକ୍ତଙ୍କ ମୋବାଇଲ ଫୋନ ଚେନ୍ନାଇ ଲୋକେସନରେ ଥିବା ଜଣାପଡିବା ପରେ ତଦନ୍ତକାରୀ ଅଧିକାରୀ ସଦଳବଳେ ଚେନ୍ନାଇରେ ପହଞ୍ଚି ତାଙ୍କ ମୋବାଇଲ ଟ୍ରାକିଂ କରି ସେଠାକାର ପୋଲିସ ସହାୟତାରେ ନାବାଳିକାଙ୍କୁ ଉଦ୍ଧାର କରିବାସହ ଅଭିଯୁକ୍ତ ସନିଆଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ପୀଡ଼ିତା ଓ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବାପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଗାଁ ରେ ପରିବାରଲୋକେ କେହି ନଥିବାରୁ କୋର୍ଟଙ୍କ ଆଦେଶକ୍ରମେ ଉଦ୍ଧାର ନାବାଳିକାଙ୍କୁ ବ୍ରହ୍ମପୁର ସ୍ଥିତ ଉତ୍କଳ ବାଳାଶ୍ରମରେ ଛଡ଼ା ଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri