ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ ନାବାଳିକା । ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳରେ ଘଟିଛି। ସୂଚନା ପ୍ରକାରେ, ନାବାଳିକା ଗତ ରବିବାର ପୂର୍ବାହ୍ନରେ ଏକୁଟିଆ ଗାଧୋଇବା ପାଇଁ ନଦୀକୁ ଯାଇଥିଲେ। ପୂର୍ବ ଯୋଜନା ପ୍ରକାରେ ସେହି ଅଞ୍ଚଳର ୨ ଜଣ ଯୁବକ ନାବାଳିକାକୁ ଗାଧୋଇବା ତୁଠରୁ ଉଠାଇ ଏକ ଘଞ୍ଚ ଜଙ୍ଗଲକୁ ନେଇଯାଇଥିଲେ । ସେଠାରେ ନାବାଳିକାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ଜବରଦସ୍ତ କରିଥିଲେ । କିନ୍ତୁ ନାବାଳିକା ରାଜି ନ ହେବାରୁ ସେ ପିନ୍ଧିଥିବା ପୋଷାକ ଚିରି ଦେଇ ଭିଡିଓ କରି ଭାଇରଲ କରିଦେବୁ ବୋଲି ଧମକ ଦେଇଥିଲେ ଯୁବକ। ଏହା ସହିତ ନାବାଳିକାଙ୍କୁ ମାଡମାରି ପାଟିରେ କପଡ଼ା ଓ ହାତ ଗୋଡ ବାନ୍ଧି ସେହି ଘଞ୍ଚ ଜଙ୍ଗଲରେ ଛାଡ଼ି ଦେଇ ପଳାଇଥିଲେ। ସେଠାରେ ରାତିର କିଟି କିଟି ଅନ୍ଧାର, ହିଂସ୍ରଜନ୍ତୁଙ୍କ ଭୟ ସହିତ ଶୀତ କାକରରେ ରାତି କାଟି ଥିବାବେଳେ ବନ୍ଧା ହାତଗୋଡ କିପରି ଖୋଲିହେବ ସେ ପ୍ରଚେଷ୍ଟ ଜାରି ରଖି ଆଜି ସକାଳ ହେବାରୁ କୌଣସି ପ୍ରକାରେ କଷ୍ଟମଷ୍ଟେ ଘରକୁ ଫେରି ପରିବାର ଲୋକଙ୍କୁ କହିଥିଲେ। ଏନେଇ ପରିବାର ଲୋକେ ବେଲଘର ଥାନାରେ ଏକ ଲିଖିତ ଅଭିଯୋଗ ଦେଲା ପରେ ବେଲଘର ଥାନା ୧୦/୨୦୨୬ଏକ ମାମଲା ରୁଜୁ କରି ସେହି ଗ୍ରାମର ସୁଶୀଳ ନାୟକ ନାମକ ଜଣେ ଯୁବକଙ୍କୁ ଅଟକ ରଖି ପଚାରଉଚରା ଜାରି ରହିଛି ବୋଲି କହିଛନ୍ତି ବେଲଘର ପୋଲିସ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri