ପ୍ରେମ ପାଇଁ ନାବାଳିକା ଝିଅଙ୍କ ନିର୍ମମ କାଣ୍ଡ: ପ୍ରେମିକଙ୍କ ସହ ମିଶି ମା’-ଭାଇଙ୍କୁ ହତ୍ୟା କରି କେନାଲରେ ଫିଙ୍ଗିଲେ, ଅଖାରୁ ହାତ ଗୋଡ଼ ବନ୍ଧା…

କୋରାପୁଟ/ବୋରିଗୁମ୍ମା, ୨୪ା୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ)-ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ଅଭିଯୋଗ କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଞ୍ଚଳରୁ ସାମନାକୁ ଆସିଛି। ସୋମବାର ଏକ କେନାଲରୁ ଅଖା ଭିତରୁ ନାବାଳକ ଭାଇର ଗଳିତ ମୃତଦେହ ଜବତ ହୋଇଥିଲା। ମଙ୍ଗଳବାର ନିଖୋଜ ଥିବା ଅନୁଷ୍କା ପରିଡ଼ା(୪୫)ଙ୍କ ମୃତଦେହ ବୋରିଗୁମ୍ମା ଥାନା ଅଧୀନ ଜୟନ୍ତଗିରି କେନାଲରୁ ମିଳିଛି। ଘଟଣାରେ ପୋଲିସ ନାବାଳିକା, ତାଙ୍କ ପ୍ରେମିକ ଓ ଅନ୍ୟ ଜଣେ ସହଯୋଗୀଙ୍କୁ ସୋମବାରଠାରୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ମଙ୍ଗଳବାର ଅପରାହ୍ନରେ ପୋଲିସ ପ୍ରେମିକ ଓ ତାଙ୍କ ସହଯୋଗୀଙ୍କୁ ଘଟଣାସ୍ଥଳକୁ ନେଇ ସିନ୍‌ ରିକ୍ରିଏସନ୍‌ କରିଥିବା ସୂଚନା ମିଳିଛି।

ଅଭିଯୋଗ ଅନୁଯାୟୀ, କୋରାପୁଟ ଜିଲା ବୋରିଗୁମ୍ମାସ୍ଥିତ ଦାସିରି ସାହିର ବୋରିଗୁମ୍ମା ମୁଖ୍ୟ ରାସ୍ତାରେ ଅନୁଷ୍କା ପୁଅ ଏହେମ୍‌ ଓ ନାବାଳିକ ଝିଅ(୧୬)ଙ୍କ ସହ  ରହୁଥିଲେ। ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ ସହ ନାବାଳିକାଙ୍କ ପ୍ରେମ ସମ୍ପର୍କ ଥିବା ବେଳେ ଅନୁଷ୍କା ଏହାକୁ ବିରୋଧ କରୁଥିଲେ। ଅଧିକାଂଶ ସମୟ ପ୍ରେମ ସମ୍ପର୍କକୁ ନେଇ ଅନୁଷ୍କାଙ୍କ ଝିଅ ସହ ଝଗଡ଼ା ହେଉଥିବା ସୂଚନା ମିଳିଛି। ଏଥିରେ ଉତ୍ତ୍ୟକ୍ତ ହୋଇ ସବୁଦିନ ପାଇଁ ମା’ଙ୍କୁ ରାସ୍ତାରୁ ହଟାଇବା ପାଇଁ ପ୍ରେମିକ ସହ ମିଶି ଏଭଳି ଅମାନୁଷିକ କାଣ୍ଡ କରିଥିବା ଅଭିଯୋଗ ହୋଇଛି। ୨୦ ତାରିଖରେ ଅନୁଷ୍କାଙ୍କ ମୋବାଇଲ ବନ୍ଦ ଥିବାରୁ କିଛି ଅଘଟଣ ସନ୍ଦେହ କରି ଖୋଜାଖୋଜି କରି ନ ପାଇବାରୁ ପରିବାର ସଦସ୍ୟମାନେ ଥାନାର ଦ୍ୱାରସ୍ଥ ହୋଇଥିଲେ।

ଅନୁଷ୍କା ଓ ତାଙ୍କ ପୁଅ ନିଖୋଜ ଥିବା ନେଇ ଭାଇ ସତ୍ୟବାନ ପାତ୍ର ଗତ ଶନିବାର ଥାନାରେ ଅଭିଯୋଗ କରିଥିଲେ। ଉଭୟଙ୍କୁ ତାଙ୍କ ନାବାଳିକା ଭାଣିଜୀ ଓ ତାଙ୍କ ପ୍ରେମିକ ହତ୍ୟା କରିଥିବା ଏତଲାରେ ଉଲ୍ଲେଖ କରିଥିଲେ। ପୋଲିସ ନଂ. ୪୫/୨୬ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସୋମବାର କୋଟପାଡ଼ ଥାନା ଅଧୀନ ଅଣ୍ଡିରାମୁଣ୍ଡା କେନାଲରୁ ଏକ ଅଖାରେ ମୃତଦେହ ଭାସୁଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ, ଅଗ୍ନିଶମ ବିଭାଗ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏହା ଏହେମ୍‌ଙ୍କ ମୃତଦେହ ବୋଲି ଚିହ୍ନଟ ହୋଇଥିଲା। ଏହେମଙ୍କ ଗଳା କାଟି ହାତଗୋଡ଼ ବାନ୍ଧି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ହତ୍ୟାକାଣ୍ଡରେ ଅନ୍ୟ କାହାର ସମ୍ପୃକ୍ତି ରହିଛି ଅଧିକ ତଦନ୍ତ ପରେ ଜଣାପଡ଼ିବ ବୋଲି ବୋରିଗୁମ୍ମା ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା କହିଛନ୍ତି।

ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri