ନାବାଳିକାଙ୍କୁ ହତ୍ୟା ମାମଲା: ଅଭିଯୁକ୍ତ ଗିରଫ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଏକ ଗ୍ରାମରୁ ନିଖୋଜ ନାବାଳିକା(୧୭ବର୍ଷ)ଙ୍କୁ ଅପହରଣ ଏବଂ ହତ୍ୟା ମାମଲାରେ ସୋମବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଅତାବିରାର ରାଜ ବାରିକ(୨୦) ବୋଲି ପୋଲିସ କହିଛି। ଗିରଫ ଅଭିଯୁକ୍ତଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ସେଠାରୁ ତାଙ୍କୁ ବରଗଡ଼ ଜିଲା କାରାଗାର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତାଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଏକ ମାମଲା(ନଂ-୧୪୦/୨୫) ରୁଜୁ ହୋଇଛି।
ଘଟଣା ସମ୍ପର୍କରେ ବରଗଡ଼ ଅତିରିକ୍ତ ଏସପି ଈନ୍ଦୁପ୍ରଭା ପଶ୍ଚିମକବାଟ କହିଛନ୍ତି, ଗତ 20ତାରିଖ ରାତିରେ ନାବାଳିକାଙ୍କ ନିଖୋଜ ନେଇ ତାଙ୍କ ପରିବାର ଲୋକେ ପୋଲିସକୁ ଜଣାଇଥିଲେ। ତାକୁ ଆଧାର କରି ପୋଲିସ ଅନୁସନ୍ଧାନ ଚଲାଇଥିଲା। ସିସିଟିଭି ଫୁଟେଜ୍‌ରୁ ୨ ଜଣ ଯୁବକ ଏକ ବାଇକ୍‌ ଯୋଗେ ସମ୍ପୃକ୍ତ ନାବାଳିକାଙ୍କୁ ନେଇ ଯାଉଥିବା ଜଣାପଡ଼ିଥିଲା। ନିଖୋଜ ନାବାଳିକାଙ୍କ ମୃତଦେହ ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରେ ପଡ଼ିଥିବା ସୂଚନା ମିଳିଥିଲା। ସେଠାରୁ ନାବାଳିକାଙ୍କ ମୃତଦେହକୁ ଜବତ କରି ୍ଯଯବଚ୍ଛେଦ ପାଇଁ ଭୀମସାର୍‌ ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିଲା।
ପାରିପାର୍ଶ୍ୱିକ ସ୍ଥିତିରୁ ନାବାଳିକାଙ୍କୁ ହ୍ଯଯା କରାଯାଇଥିବା ଜଣାପଡ଼ିଛି। ତେବେ ଏଥିରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜାଖୋଜି କରିବା ସହିତ କେଉଁ କାରଣ ପାଇଁ ନାବାଳିକାଙ୍କୁ ହ୍ଯଯା କରାଯାଇଛି, ସେ ନେଇ ଅଧିକ ତଦନ୍ତ ଚାଲୁଛି ବୋଲି ଅତିରିକ୍ତ ଏସପି ପଶ୍ଚିମକବାଟ କହିଛନ୍ତି। ଅପରପକ୍ଷେ ବରଗଡ଼ ସହର ଉପକଣ୍ଠରେ ରହିଥିବା ଏକ ଅନାଥାଶ୍ରମରୁ ଗତ ୧୯ ତାରିଖରୁ ଅନ୍ୟଜଣେ ନାବାଳିକା ନିଖୋଜ ହୋଇଛନ୍ତି। ଏ ନେଇ ମଧ୍ୟ ପୋଲିସରେ ନିଖୋଜ ମାମଲା ରୁଜୁ ହୋଇଛି। ତେବେ ଉକ୍ତ ନିଖୋଜ ନାବାଳିକାଙ୍କୁ ଏପର୍ଯ୍ୟନ୍ତ ପୋଲିସ ଠାବ କରି ପାରି ନାହିଁ। ସେ ନେଇ ମଧ୍ୟ ତଦନ୍ତ ଜାରି ରହିଥିବା ଅତିରିକ୍ତ ଏସପି ପଶ୍ଚିମକବାଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri