କେହି ନ ଥିବା ବେଳେ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର: ଆସିଲା ବଡ଼ ରାୟ

କେନ୍ଦୁଝର,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଶନିବାର ରାୟ ପ୍ରକାଶ କରିଛନ୍ତି। ବିଚାରପତି ତୁରୁମୁଙ୍ଗା ଥାନା ଅନ୍ତର୍ଗତ ବଡ ଗମ୍ପାରିଆ ଗ୍ରାମର ଅଭିଯୁକ୍ତ ଦୁସା ମୁଣ୍ତା(୩୦)ଙ୍କୁ ଦୋଷୀ ସାବସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ତରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ହଜାର ଟଙ୍କା ଜରିମନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ସଶ୍ରମ କାରାଦଣ୍ତ ଭୋଗିବାକୁ କୋର୍ଟ ରାୟରେ ନିର୍ଦ୍ଦେଶ ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ,୨୦୨୨ ମେ ୩ ତାରିଖ ସନ୍ଧ୍ୟାରେ ନାବାଳିକା ଜଣକ ଘର ଏକୁଟିଆ ରହିଥିଲେ। ସେତିକିବେଳେ ଅଭିଯୁକ୍ତ ଦୁସା ଘରେ ପଶି ଜୋରଜବରଦସ୍ତ ନାବାଳିକାଙ୍କୁ ବଳାତ୍କାରଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲେ। ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣି ତୁରୁମୁଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ବଳାତ୍କାର ମାମଲା (ନଂ.୬୫/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ତିଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାରପତି ୧୪ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ତାଦେଶ ଶୁଣାଇବା ସହ ପୀଡିତାଙ୍କୁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ଜିଲା ଆଇନସେବା ପ୍ରାଧିକରଣଙ୍କୁ ସୁପାରିଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ଜାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri