ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସବ,୨୨।୧୧: ଫାଷ୍ଟଟ୍ରାକ ପୋକସ ଜଜ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଯଥେଷ୍ଟ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅଭିଯୁକ୍ତ ଜଣଙ୍କ ଗଞ୍ଜାମ ଜିଲା ପାଟପୁର ଅଞ୍ଚଳର ବାବୁ ମଲିକ। କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୩୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଭିଯୁକ୍ତ ଜଣଙ୍କ ଅଧିକ ୮ମାସ ଜେଲଦଣ୍ଡ ଭୋଗ କରିବେ ବୋଲି ମଧ୍ୟ ସେ ରାୟ ଦେଇଛନ୍ତି।
ସେହିପରି ପିଡ଼ୀତାଙ୍କୁ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଜଜ, ଜିଲା ଆଇନ ସେବା ପ୍ରାଧିକରଣ ସଚିବ (ଡିଏଲ୍‌ଏସ୍‌ଏ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପିପି ମୋହନ ସିଙ୍ଗାରି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ,୨୦୧୯ ମସିହାରେ ଜଣେ ନାବାଳିକାଙ୍କୁ ବାବୁ ମଲିକ ବଳାତ୍କାର କରିଥିଲେ। ପରେ ନାବାଳିକା ଜଣଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ ତାଙ୍କ ମା’ଙ୍କୁ କହିଥିଲେ। ତାଙ୍କ ମା’ଏ ନେଇ ପାଟପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏସଂକ୍ରାନ୍ତରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ବାବୁ ମଲିକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ। ପରେ ପୋଲିସ ପକ୍ଷରୁ କୋର୍ଟରେ ଚାର୍ଜସିଟ ଦାଖଲ କରାଯାଇଥିଲା। ଗିରଫ ପରଠାରୁ ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ମଣ୍ଡଳକାରାଗାର(ଜେଲ)ରେ ବିଚାରାଧୀନ କଏଦୀ ଭାବେ ଥିଲେ। ମଙ୍ଗଳବାର ଉକ୍ତ ମାମଲାର ବିଚାରଣା ବେଳେ ବାବୁ ମଲିକଙ୍କୁ ଜେଲରୁ ଅଣାଯାଇ ପୋକସ କୋର୍ଟରେ ହାଜର କରାଯାଇଥିଲା। ୧୮ ଜଣ ସାକ୍ଷୀ ଓ ପୋଲିସ ପକ୍ଷରୁ କୋର୍ଟରେ ଦାଖଲ ହୋଇଥିବା ଚାର୍ଜସିଟକୁ ଭିତ୍ତି କରି ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri