ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସେ ହେଲେ ଖଜୁରୀପଡା ଥାନା ଅଞ୍ଚଳର ବିଷ୍ଣୁ ଚରଣ ବେହେରା ଓରଫ ପିଙ୍କୁ ।

ମିଳିଥିବା ସୂଚନା ଅନୁସାରେ ୨୦୨୩ ସେପ୍ଟେମ୍ବର ୧୯ରେ ଫୁଲବାଣୀ ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ଭାଇଙ୍କ ସହ ସ୍ଥାନୀୟ ପୋଲିସ ସ୍କୁଲକୁ ଗଣେଶ ପୂଜା ଦେଖିବାକୁ ଯାଇଥିଲେ। ସେଠାରେ ବିଷ୍ଣୁଙ୍କ ସହ ତାଙ୍କର ଭେଟ ହୋଇଥିଲା। ବିଷ୍ଣୁ ହେଉଛନ୍ତି ନାବାଳିକାଙ୍କ ମାମୁଘର ପାଖର। ସେ ବି ନାବାଳିକାଙ୍କ ଘରକୁ ଯିବା ଆସିବା କରୁଥିଲେ। ଉଭୟଙ୍କ ମଧ୍ୟରେ ପରିଚିତି ଥିଲା। ଏହି ସମୟରେ ବିଷ୍ଣୁ ନାବାଳିକାଙ୍କୁ ଗଣେଶ ପୂଜା ଦେଖିବାକୁ ଯିବା କହି ଗାଡ଼ିରେ ବସିବାକୁ କହିଥିଲେ। ପାଖରେ ଥିବା ଭାଇ ମିଶିକି ଯିବା କହିବାରୁ ବିଷ୍ଣୁ ତାଙ୍କୁ ଠେଲି ନାବାଳିକାଙ୍କୁ ଧରି ମାଧପୁର ଚାଲିଯାଇଥିଲେ। ସେଠାରେ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ।

ସେପଟେ ଭାଇ ଘଟଣା ବିଷୟରେ ଘରେ କହିଥିଲେ। ରାତି ପ୍ରାୟ ୮ଟାରେ ନାବାଳିକାଙ୍କ ମା’ ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୨୩୭/୨୩ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଏହି ବିଷୟରେ ବିଷ୍ଣୁ ଜାଣିବା ପରେ ୨୨ ତାରିଖରେ ନାବାଳିକାଙ୍କୁ ଆଣି ଥାନା ପାଖ ପୋଷ୍ଟ ଅଫିସ ପାଖରେ ଛାଡ଼ି ପଳାଇଥିଲେ। ନାବାଳିକା ଥାନାକୁ ଯାଇ ସବୁ କଥା କହିଥିଲେ। ପୋଲିସ ବିଷ୍ଣୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ସାନ ଭାଇଙ୍କ ବୟାନ, ୧୪ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଏବଂ ମେଡିକାଲ ରିପୋର୍ଟକୁ ଆଧାର କରି ବିଚାରପତି ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ…

ଯୁଦ୍ଧ ଭିତରେ ‘ଏମରଜେନ୍ସି’ ଘୋଷଣା କଲା ଏହି ଦେଶ, ଲକ୍‌ଡାଉନ ପରି ବନ୍ଦ ହେଲା…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଚାପ ଏବେ ଫିଲିପାଇନ୍ସ ପର୍ଯ୍ୟନ୍ତ ପହଞ୍ଚିଛି। ସାତ ସମୁଦ୍ର ଦୂର। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ, ବିଶ୍ୱ ଇନ୍ଧନ ଯୋଗାଣ…

ଗୋଟି ଗୋଟି ସବୁ ଦେଶଠାରୁ ଯୁଦ୍ଧ କ୍ଷତି ଆଦାୟ କରିବ ଇରାନ, ଖେଳିଲା ବଡ଼ ଗେମ୍‌, ଏବେ ଭୋଗିବ ସାରା ବିଶ୍ୱ

ନୂଆଦିଲ୍ଲୀ, ୨୫।୩: ଟଳିନି ବିଶ୍ୱ ସଙ୍କଟ । ଯୁଦ୍ଧ ଦ୍ୱାରା ଏପର୍ଯ୍ୟନ୍ତ ହୋଇଥିବା କ୍ଷତି କେବଳ ଏକ ଝଲକ ଥିଲା। ପ୍ରକୃତ ସଙ୍କଟ ଏବେ ଆରମ୍ଭ ହୋଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri