ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ ଗ୍ରାମର ପଦ୍ମନାଭ ଶତପଥୀ(୭୦) ଓ ନର୍ସିଂହୋମର ମାଲିକ ବୀଣାପାଣି ସାହିର ମନୋଜ କୁମାର ନାୟକଙ୍କୁ ପୋଲିସ ଗିରଫ କରିଛି। ଏ ନେଇ ପୋଲିସ ନଂ. ୧୧୩/୨୬ରେ ପୋକ୍‌ସୋ ଦଫାରେ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ ଯାଜପୁରରୋଡ଼ କୋର୍ଟକୁ ଚାଲାଣ କରାଯାଇଛି। ନାବାଳିକାଙ୍କ ଗର୍ଭପାତ କରିଥିବା ଡାକ୍ତର ଫେରାର ହୋଇଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ସୋମବାର ବିଳମ୍ୱିତ ରାତିରେ ନବଜାତକ ଶିଶୁକନ୍ୟାଙ୍କୁ ଅଭିଯୁକ୍ତ ବୃଦ୍ଧ ପଦ୍ମନାଭ ଶତପଥିଙ୍କ କୋପଣ୍ଡସ୍ଥିତ ଘର ସମ୍ମୁଖରେ କେହି ଛାଡି ଯାଇଥିଲେ। ନବଜାତକ କାନ୍ଦିବାରୁ ସ୍ଥାନୀୟ ଲୋକ ରୁଣ୍ଡ ହୋଇ ଘଟଣା ସମ୍ପର୍କରେ ୧୧୨କୁ ଫୋନ କରିଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁ କନ୍ୟାଙ୍କୁ ଉଦ୍ଧାର କରିବା ସହ ଯାଜପୁରରୋଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପରେ ଜିଲା ଶିଶୁ ସୁରକ୍ଷା ବିଭାଗକୁ ହସ୍ତାନ୍ତର କରିଛି। ପୋଲିସ ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି।

ପୋଲିସ ସୂଚନା ମୁତାବକ, ଯାଜପୁରରୋଡ଼ ଥାନା ଅଞ୍ଚଳରେ ଭଡା ଘରେ ରହୁଥିବା ଜଣେ ୧୬ ବର୍ଷୀୟ ନାବାଳିକା ଗର୍ଭବତୀ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଉକ୍ତ ନାବାଳିକାଙ୍କୁ ୭୦ ବର୍ଷୀୟ ବୃଦ୍ଧ ପଦ୍ମନାଭ ଶାରୀରିକ ସମ୍ପର୍କ ରଖି ୭ ମାସର ଗର୍ଭବତୀ କରିଥିଲେ।

ନାବାଳିକା ଜଣଙ୍କର ପେଟରେ ଯନ୍ତ୍ରଣା ହେବା ସହ ରକ୍ତସ୍ରାବ ହେବାରୁ ଚିକିତ୍ସା ପାଇଁ ଅଭିଯୁକ୍ତ ପଦ୍ମନାଭ ତାଙ୍କୁ ସ୍ଥାନୀୟ ଲକ୍ଷ୍ମୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ନାବାଳିକାଙ୍କ ଗର୍ଭପାତ କରିଥିବା ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ ପାଇଁ ଯାଜପୁର ଜିଲା ସ୍ୱାସ୍ଥ୍ୟ ଅଧିକାରୀ (କ୍ଲିନିକାଲ ଏଷ୍ଟାବ୍ଲିଶମେଣ୍ଟ) ମହେଶ ସେନାପତିଙ୍କ ସହ ଏକ ଟିମ୍‌ ଆସି ସମ୍ପୃକ୍ତ ନର୍ସିଂ ହୋମରେ ପହଞ୍ଚି ତଦନ୍ତ କରିଛନ୍ତି। ବର୍ତ୍ତମାନ ଉକ୍ତ ନର୍ସିଂ ହୋମରେ କେତେଜଣ ରୋଗୀ ଚିକିତ୍ସିତ ହେଉଥିବାରୁ ଆସନ୍ତା ୨୦ ତାରିଖରେ ନର୍ସିଂହୋମକୁ ସମ୍ପୂର୍ଣ୍ଣ ସିଲ୍‌ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପୋଲିସ ଘଟଣାକୁ ଗୁରୁତ୍ୱ ଦେବାସହ ଅଧିକ ତଦନ୍ତ ଚଳାଇଥିବା ଓ ଫେରାର ଥିବା ଡାକ୍ତରଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି ଆଶିଷ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri