ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟି ଚିପି କରିଥିଲେ ହତ୍ୟା, ଆସିଲା ରାୟ…

ସମ୍ବଲପୁର,୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ବିଞ୍ଜିପାଲି ଗ୍ରାମରେ ୨୦୧୫ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍ସୋ ଅଦାଲତରେ ଚାଲିଥିବା ଉକ୍ତ ଘଟଣାର ରାୟ ଶୁଣାଇ ବିଚାରପତି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦାୟ ଅଧିକ ଏକବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବିଞ୍ଜିପାଲି ଗ୍ରାମ ଢ଼ୁଡ଼ଚୂଆଁ ଓରାମପଡ଼ାର ଭୀମସେନ୍‌ ରଣବିଡ଼ା

ମାମଲାର ବିବରଣୀରୁ ପ୍ରକାଶ ଯେ, ଓରାମପଡ଼ାର ଦୁଇ ନାବାଳିକା ନିକଟରେ ଥିବା ଏକ ଇଟାଭାଟିରେ ଦିନମଜୁରିଆ ଭାବେ କାର୍ଯ୍ୟ କରୁଥିଲେ। ୨୦୧୫ ଫେବୃଆରୀ ୨୭ରେ ନାବାଳିକା ଦ୍ୱୟ ଇଟାଭାଟିରୁ ମଜୁରି ବାବଦକୁ ମିଳିଥିବା ପ୍ରାପ୍ୟ ନେଇ ଘରକୁ ଫରୁଥିଲେ। ଏକ ନିଛାଟିଆ ରାସ୍ତାରେ ସେମାନେ ଆସୁଥିବା ବେଳେ ଅଭିଯୁକ୍ତ ଭୀମସେନ୍‌ ସେମାନଙ୍କୁ ଟଣାଓଟରା କରିଥିଲେ। ତେବେ କୌଶଳ କ୍ରମେ ଜଣେ ନାବାଳିକା ଖସିଯିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟଜଣଙ୍କୁ ଭୀମସେନ ନିକଟସ୍ଥ ଜଙ୍ଗଲକୁ ଟେକିନେଇ ବଳାତ୍କାର ପରେ ତଣ୍ଟି ଚିପି ହତ୍ୟା କରିଥିଲେ।

ଖସିଯାଇଥିବା ନାବାଳିକା ଗ୍ରାମବାସୀଙ୍କ ନିକଟରେ ଘଟଣା ସମ୍ପର୍କରେ ଜଣାଇଥିଲେ। ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କ ମୃତଦେହ ପଡ଼ିଥିବା ଦେଖି ରେଙ୍ଗାଲି ପୋଲିସକୁ ଖବର ଦେଇଥିଲେ। ରେଙ୍ଗାଲି ଥାନା ଅଧିକାରୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଘଟଣା ନେଇ ମୃତ ନାବାଳିକାଙ୍କ ପିତାଙ୍କ ଏତଲାକୁ ଆଧାର କରି ପୋଲିସ ଆଇପିସି ଦଫା ୩୦୭, ୩୭୬ (୨), ୩୭୬ (ଏ)ରେ ଏକ ମାମଲା (ନଂ.୨୫/୨୦୧୫) ରୁଜୁ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସମ୍ବଲପୁର ପୋକ୍ସୋ ଅଦାଲତ ବିଚାରପତି ଅଭିଳାଷ ସେନାପତି ୧୭ ଜଣ ସାକ୍ଷ୍ୟଙ୍କ ସହିତ ଅନ୍ୟାନ୍ୟ ପ୍ରମାଣ ଆଧାରରେ ଭୀମସେନଙ୍କୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ଅଦାଲତରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସନ୍ତୋଷ କୁମାର ପଣ୍ଡା ଏହି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri