କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି ସହର ଅଶାନ୍ତ କରିଛି। ଚାନ୍ଦବାଲି ବଜାର ମଧୁବାବୁ ଛକ, ପୁରୁଣା ବସ୍‌ଷ୍ଟାଣ୍ଟ, ତାରିଣୀ ଛକ ଆଦି ଜାଗାରେ ୨ ଦିନ ଧରି ଟାୟାର ଜାଳି ରାସ୍ତାରୋକୋ କରାଯାଇଥିଲା। ଗୁରୁବାର ଏହାର ପ୍ରତିବାଦରେ ବିଜେଡି ପକ୍ଷରୁ ୬ ଘଣ୍ଟିଆ ଚାନ୍ଦବାଲି ବଜାର ବନ୍ଦ କରାଯାଇଛି।  ବିଧାୟକ ବ୍ୟୋମକେଶ ରାୟଙ୍କ ନେତୃତ୍ୱରେ ବିଜେଡି ପକ୍ଷରୁ ବନ୍ଦ କରାଯାଇଛି। ଚାନ୍ଦବାଲି ଏନ୍ଏସି ଅଧ୍ୟକ୍ଷା ଶାନ୍ତିଲତା ସେଠୀ, ଦ୍ବିଜବର ରାଉତଙ୍କ ସହ ବିଜେଡି କର୍ମୀ ଟାୟାର ଜାଳି ରାସ୍ତାରେ ବସିବା ସହ ପିକେଟିଂ କରିଛନ୍ତି।

ସେହିପରି କଂଗ୍ରେସ ପକ୍ଷରୁ ଦିଗମ୍ବର ଦାସଙ୍କ ନେତୃତ୍ୱରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଦୋକାନ ବଜାର ବନ୍ଦ ରହିଥିବାବେଳେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଏହି ଲଜ୍ଜାଜନକ ଘଟଣାକୁ ଉଭୟ କଂଗ୍ରେସ ଓ ବିଜେଡି ନିନ୍ଦା କରିବା ସହ ସରକାରଙ୍କ ଶାସନ ବ୍ୟବସ୍ଥାରେ ବିଫଳତାକୁ ସମାଲୋଚନା କରିଛନ୍ତି।

ପ୍ରକାଶ ଥାଉକି, ଉକ୍ତ ଅଞ୍ଚଳର ଜଣେ ନାବାଳିକା ଦିବ୍ୟାଙ୍ଗ ହୋଇଥିବା ବେଳେ ଅଭିଯୁକ୍ତ ରାମପଲ୍ଲୀ ଗାଁର ଗଣେଶ ଦାସ ପୁଅ ବବୁଲୁ ଦାସ ତାକୁ କୋଳି ପାରି ଖାଇବାକୁ ଦେବା ବାହାନାରେ ନେଇ ବଳାତ୍କାର କରିବା ପରେ ହତ୍ୟା କରିଥିଲେ। ମଙ୍ଗଳବାର ରାତିରେ ଅଭିଯୁକ୍ତ ବବୁଲୁଙ୍କୁ ଜଗତସିଂହପୁରରୁ ପୋଲିସ ଗିରଫ କରିଛି। ପରିସ୍ଥିତିକୁ ଲକ୍ଷ୍ୟ ରଖି ଚାନ୍ଦବାଲି ବଜାରରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ପୂର୍ବାଞ୍ଚଳ ଡିଆଇଜି ପିନାକ ମିଶ୍ର ଓ ଏସ୍‌ପି ମନୋଜ ରାଉତ ସ୍ଥିତି ଉପରେ ନଜର ରଖିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri