ନାବାଳିକାଙ୍କୁ ମାଛ ଧରିଯିବା କହି ବଳାତ୍କାର ପରେ ହତ୍ୟା: ଆସିଲା ବଡ଼ ରାୟ , ଭୟରେ ଥରିବ ଅଭିଯୁକ୍ତଙ୍କ…

ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରର ସଂଘଟିତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି।
ସୂଚନା ଥାଉକି, ଗତବର୍ଷ ନଭେମ୍ବର ମାସ ୧୫ତାରିଖ ଅଭିଯୁକ୍ତ ପ୍ରଶାନ୍ତ ବାଗ ଓରଫ ବରିହା ନାବାଳିକାଙ୍କୁ ମାଛ ଧରିଯିବା ଆଳରେ ଘରୁ ଡାକି ନେଇଥିଲେ ଏବଂ ବଳାତ୍କାର ପରେ ହତ୍ୟା କରିଥିଲେ। ଏ ନେଇ ମୃତ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଏତଲା ଦେବା ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲା ଏବଂ ମାମଲାଟି ବରଗଡ଼ ପୋକ୍ସୋ ଅଦାଲତରେ ମାମଲା ଚାଲିଥିଲା।
Dharitri – Odisha’s No.1 Odia Daily

Share