ଘର ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର: କୋର୍ଟରୁ ଆସିଲା ବଡ଼ ରାୟ

ବୌଦ୍ଧ,୧୬ା୧୦(ଅଜିତ କୁମାର ବାରିକ): ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ପେଶାଲ ଜଜ୍‌ ଅଖିଲ କୁମାର ପଶ୍ଚିମକବାଟ ଏହି ମାମଲା ବିଚାର କରି ଅଭିଯୁକ୍ତ ସରୋଜ ରଣବିଡା(୨୩)କୁ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୨୦ ହଜାର ଟଙ୍କା ଜରିମାନା ଦେବାକୁ ରାୟରେ ଉଲ୍ଲେଖ କରାଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଶୁଣାଣି କରିଛନ୍ତି। ଅନ୍ୟପଟେ ଅଦାଲତ ପୀଡ଼ିତାକୁ କ୍ଷତିପୂରଣ ପାଇ ୫ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକଶ ଯେ, ୪ ଅଗଷ୍ଟ ୨୦୨୨ରେ ବୌଦ୍ଧ ଜିଲାର ବାଉଁଶୁଣୀ ଥାନା ଅଞ୍ଚଳରେ ମା, ବାପା ଚାଷ କରିବାକୁ ଜମିକୁ ଯାଇଥିଲେ। ସେହିଦିନ ତାଙ୍କର ୧୦ ବର୍ଷର ନାବାଳିକା ଝିଅ ବିଦ୍ୟାଳୟରୁ ଅପରାହ୍ନରେ ଘରକୁ ଆସିଥିଲେ। ଘରେ ନାବାଳିକା ଜଣକ ଏକୁଟିଆ ଥିବାବେଳେ ସେହି ଗଁାର ଅଭିଯୁକ୍ତ ସରୋଜ ଆସି ନାବାଳିକାଙ୍କୁ ଭଲପାଉଛି, ବାହା ହେବି ବୋଲି କହି ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିଲେ।

ଏହି ସମୟରେ ସମ୍ପର୍କୀୟମାନେ ପହଞ୍ଚି ଯିବାରୁ ଅଭିଯୁକ୍ତ ଜଣକ ସେଠାରୁ ପଳାଇଥିଲେ। ସନ୍ଧ୍ୟାରେ ଜମିରୁ ଫେରିବା ପରେ ଝିଅଠାରୁ ସବୁ ଶୁଣି ନାବାଳିକାଙ୍କ ବାପା ୫ ଅଗଷ୍ଟ ୨୦୨୨ରେ ବାଉଁଶୁଣୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ (ନଂ. ୬୫/୨୨) ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ସରକାରଙ୍କ ପକ୍ଷରୁ ୧୩ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ବିଚାରପତି ଉପରୋକ୍ତ ଶୁଣାଣି କରିଛନ୍ତି। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ଧୁରୀଣ କୁମାର ଦେହୁରୀ ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri