ପାଟି ଚାପି ବିଲ ଭିତରକୁ ଟାଣିନେଇ ନାବାଳିକାଙ୍କୁ କରିଥିଲେ ବଳାତ୍କାର: ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶନିବାର ଏକ ନାବାଳାଳିକା ବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର ରୋହିତ ନାଇକ (୩୦)। ଜଜ୍‌ ତାଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ମାସ ସଶ୍ରମ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୨୦୨୨ ଡିସେମ୍ବରରେ ଜଣେ ମହିଳା ତାଙ୍କର ୯ ବର୍ଷର ଝିଅକୁ ଧରି ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ତାଙ୍କ ବାପାଙ୍କ ଘରକୁ ଯାଇଥିଲେ। ୨୦୨୩ ଜାନୁଆରୀ ୧୩ ତାରିଖ ରାତିରେ ଘର ସମ୍ମୁଖରେ ଭାରତ ଲୀଳା ନାଟକ ଚାଲିଥିଲା। ମହିଳା ଜଣକ ତାଙ୍କ ବାପାଙ୍କ ସହ ନାଟକ ଦେଖୁଥିଲେ। କିଛି ସମୟ ପରେ ସେ ଘରକୁ ଯିବାରେ ଘରେ ଶୋଇଥିବା ଝିଅ ନ ଥିବା ଦେଖିଥିଲେ। ପରେ ଝିଅ ଘର ପଛ ପଟରୁ କାନ୍ଦି କାନ୍ଦି ଆସୁଥିବା ଦେଖାଯାଇଥିଲା। ଜଣେ ଯୁବକ ଘରକୁ ପଶିଆସି ତାଙ୍କ ପାଟି ଚାପି ବିଲ ଭିତରକୁ ଟାଣିନେଇ ତାଙ୍କୁ ବଳାତ୍କାର କରିଥିଲେ ବୋଲି ସେ ତାଙ୍କ ମା’ଙ୍କୁ କହିଥିଲେ। ପରେ ପୀଡ଼ିତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ଚିକିତ୍ସା ପରେ ଏ ନେଇ ବଡଗଡ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ନଂ.୨୨/୨୩ରେ ମାମଲା ରୁଜୁ କରିଥିଲା। ତଦନ୍ତ ପରେ ଅଭିଯୁକ୍ତ ରୋହିତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାର ବେଳେ ୯ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଏହାକୁ ଆଧାର କରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri