ପାଟି ଚାପି ବିଲ ଭିତରକୁ ଟାଣିନେଇ ନାବାଳିକାଙ୍କୁ କରିଥିଲେ ବଳାତ୍କାର: ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶନିବାର ଏକ ନାବାଳାଳିକା ବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର ରୋହିତ ନାଇକ (୩୦)। ଜଜ୍‌ ତାଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ମାସ ସଶ୍ରମ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୨୦୨୨ ଡିସେମ୍ବରରେ ଜଣେ ମହିଳା ତାଙ୍କର ୯ ବର୍ଷର ଝିଅକୁ ଧରି ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ତାଙ୍କ ବାପାଙ୍କ ଘରକୁ ଯାଇଥିଲେ। ୨୦୨୩ ଜାନୁଆରୀ ୧୩ ତାରିଖ ରାତିରେ ଘର ସମ୍ମୁଖରେ ଭାରତ ଲୀଳା ନାଟକ ଚାଲିଥିଲା। ମହିଳା ଜଣକ ତାଙ୍କ ବାପାଙ୍କ ସହ ନାଟକ ଦେଖୁଥିଲେ। କିଛି ସମୟ ପରେ ସେ ଘରକୁ ଯିବାରେ ଘରେ ଶୋଇଥିବା ଝିଅ ନ ଥିବା ଦେଖିଥିଲେ। ପରେ ଝିଅ ଘର ପଛ ପଟରୁ କାନ୍ଦି କାନ୍ଦି ଆସୁଥିବା ଦେଖାଯାଇଥିଲା। ଜଣେ ଯୁବକ ଘରକୁ ପଶିଆସି ତାଙ୍କ ପାଟି ଚାପି ବିଲ ଭିତରକୁ ଟାଣିନେଇ ତାଙ୍କୁ ବଳାତ୍କାର କରିଥିଲେ ବୋଲି ସେ ତାଙ୍କ ମା’ଙ୍କୁ କହିଥିଲେ। ପରେ ପୀଡ଼ିତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ଚିକିତ୍ସା ପରେ ଏ ନେଇ ବଡଗଡ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ନଂ.୨୨/୨୩ରେ ମାମଲା ରୁଜୁ କରିଥିଲା। ତଦନ୍ତ ପରେ ଅଭିଯୁକ୍ତ ରୋହିତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାର ବେଳେ ୯ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଏହାକୁ ଆଧାର କରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri