କାରରେ ନାବାଳିକାଙ୍କୁ ବଳାତ୍କାର ଘଟଣା: ୪୮ଘଣ୍ଟା ବିତିଲା, ପୋଲିସ ହାତ ଖାଲି

ଦାରିଙ୍ଗବାଡି, ୮।୯ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ ୫ରେ ଗଣେଶ ଭସାଣି ଦେଖିବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏହି ଘଟଣାକୁ ଇତି ମଧ୍ୟରେ ୭୨ ଘଣ୍ଟା ବିତିଯାଇଛି। ପରିବାର ଲୋକଙ୍କ ଏତଲା ଦେବା ଓ ପୋଲିସ ମାମଲା ରୁଜୁ କରିବାର ଇତି ମଧ୍ୟରେ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ ବିଫଳ ହୋଇଛି। ଫଳରେ ପୋଲିସର ପାରିବାପଣିଆକୁ ନେଇ ଏବେ ସାଧାରଣରେ ପ୍ରଶ୍ନ ଉଠୁଛି। ଅଭିଯୁକ୍ତଙ୍କୁ ପୋଲିସ ଟିମ ଖୋଜାଖୋଜି କରୁଥିଲେ ମଧ୍ୟ ପୋଲିସ ହାତ ଖାଲି ରହିଛି। ପୋଲିସ ବିଭିନ୍ନ ଦିଗର ସାହାଯ୍ୟ ନେଇ ଅଭିଯୁକ୍ତଙ୍କୁ ଧରିବାକୁ ଆପ୍ରାଣ ଉଦ୍ୟମ ଚଳାଇଥିବା ଓ ଏକାଧିକ ଟିମ ହୋଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ଜଣାପଡିଛି।
ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦାରିଙ୍ଗବାଡି ଅଞ୍ଚଳରେ ଗଣେଶ ଭସାଣି ମେଢ଼ ଦେଖିବାକୁ ଜଣେ ନାବାଳିକା ଯାଇଥିଲେ ଭସାଣି ସରିଲା ଓ ପ୍ରସାଦ ସେବନ ସାରି ତାଙ୍କ ସମ୍ପର୍କୀୟଙ୍କ ଘରେ ଡ୍ରେସ ଜ୍ୟାକେଟ ରଖିଥିଲେ। ପରେ ସେ ଘରକୁ ଯିବା ସମୟରେ ଜଣେ ବିବାହିତ ପୁରୁଷ ଏକ କାରରେ ଆସି ନାବାଳିକାଙ୍କୁ ଜୋରଜବରଦସ୍ତ ଉଠାଇ ନେଇଥିଲେ ଏବଂ ଦାରିଙ୍ଗବାଡି ସହର ବାହାରକୁ ନେଇ ତାଙ୍କୁ ବଳାତ୍କାର କରୁଥିଲେ। ନାବାଳିକା ପ୍ରତିବାଦ କରିବାରୁ ତାଙ୍କ ଚୁଟି ଘୋଷା’ ଗୁରୁତର ଆହତ କରିଥିବା ନାବାଳିକାଙ୍କ ସମ୍ପର୍କୀୟ ଅଭିଯୋଗ କରିଥିଲେ। ଏଭଳି ଘଟଣା ଦାରିଙ୍ଗବାଡି ଅଞ୍ଚଳରେ ପ୍ରଥମଥର ପାଇଁ ହୋଇଥିବାରୁ ଏବେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠୁଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri