କାରରେ ନାବାଳିକାଙ୍କୁ ବଳାତ୍କାର ଘଟଣା: ୪୮ଘଣ୍ଟା ବିତିଲା, ପୋଲିସ ହାତ ଖାଲି

ଦାରିଙ୍ଗବାଡି, ୮।୯ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ ୫ରେ ଗଣେଶ ଭସାଣି ଦେଖିବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏହି ଘଟଣାକୁ ଇତି ମଧ୍ୟରେ ୭୨ ଘଣ୍ଟା ବିତିଯାଇଛି। ପରିବାର ଲୋକଙ୍କ ଏତଲା ଦେବା ଓ ପୋଲିସ ମାମଲା ରୁଜୁ କରିବାର ଇତି ମଧ୍ୟରେ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ ବିଫଳ ହୋଇଛି। ଫଳରେ ପୋଲିସର ପାରିବାପଣିଆକୁ ନେଇ ଏବେ ସାଧାରଣରେ ପ୍ରଶ୍ନ ଉଠୁଛି। ଅଭିଯୁକ୍ତଙ୍କୁ ପୋଲିସ ଟିମ ଖୋଜାଖୋଜି କରୁଥିଲେ ମଧ୍ୟ ପୋଲିସ ହାତ ଖାଲି ରହିଛି। ପୋଲିସ ବିଭିନ୍ନ ଦିଗର ସାହାଯ୍ୟ ନେଇ ଅଭିଯୁକ୍ତଙ୍କୁ ଧରିବାକୁ ଆପ୍ରାଣ ଉଦ୍ୟମ ଚଳାଇଥିବା ଓ ଏକାଧିକ ଟିମ ହୋଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ଜଣାପଡିଛି।
ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦାରିଙ୍ଗବାଡି ଅଞ୍ଚଳରେ ଗଣେଶ ଭସାଣି ମେଢ଼ ଦେଖିବାକୁ ଜଣେ ନାବାଳିକା ଯାଇଥିଲେ ଭସାଣି ସରିଲା ଓ ପ୍ରସାଦ ସେବନ ସାରି ତାଙ୍କ ସମ୍ପର୍କୀୟଙ୍କ ଘରେ ଡ୍ରେସ ଜ୍ୟାକେଟ ରଖିଥିଲେ। ପରେ ସେ ଘରକୁ ଯିବା ସମୟରେ ଜଣେ ବିବାହିତ ପୁରୁଷ ଏକ କାରରେ ଆସି ନାବାଳିକାଙ୍କୁ ଜୋରଜବରଦସ୍ତ ଉଠାଇ ନେଇଥିଲେ ଏବଂ ଦାରିଙ୍ଗବାଡି ସହର ବାହାରକୁ ନେଇ ତାଙ୍କୁ ବଳାତ୍କାର କରୁଥିଲେ। ନାବାଳିକା ପ୍ରତିବାଦ କରିବାରୁ ତାଙ୍କ ଚୁଟି ଘୋଷା’ ଗୁରୁତର ଆହତ କରିଥିବା ନାବାଳିକାଙ୍କ ସମ୍ପର୍କୀୟ ଅଭିଯୋଗ କରିଥିଲେ। ଏଭଳି ଘଟଣା ଦାରିଙ୍ଗବାଡି ଅଞ୍ଚଳରେ ପ୍ରଥମଥର ପାଇଁ ହୋଇଥିବାରୁ ଏବେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠୁଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri