କାର୍‌ ଭିତରେ ନାବାଳିକାଙ୍କୁ ବଳାତ୍କାର ମାମଲା: ସେହିଦିନର ଘଟଣା ସମ୍ପର୍କରେ ଖୁଲାସା କଲେ ଏସଡିପିଓ

ଦାରିଙ୍ଗବାଡି, ୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶିକାର ହୋଇଥିଲେ । ଉକ୍ତ ମାମଲାରେ ଅଭିଯୁକ୍ତଙ୍କୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି । ଗିରଫ ଯୁବକ ହେଲେ ଉକ୍ତ ଥାନା ବୁର୍ଜୁବାଡି ଅଞ୍ଚଳର ପ୍ରଶାନ୍ତ ପ୍ରଧାନ (୨୭ )ବୋଲି ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ବଳାତ୍କାର କରାଯାଇଥିବା କାର୍‌କୁ ମଧ୍ୟ ପୋଲିସ ଜବତ କରିଛି । ଜବତ କାର୍‌ ଭିତରୁ ସାଇଣ୍ଟିଫିକ ଟିମ ନମୁନା ସଂଗ୍ରହ କରିଛନ୍ତି । ଘଟଣା ସମ୍ପର୍କରେ ଏସଡିପିଓ କହିଛନ୍ତି ଯେ, ଉକ୍ତ ଥାନା ଅଞ୍ଚଳରେ ୫ ତାରିଖ ଶୁକ୍ରବାର ସନ୍ଧ୍ୟାରେ ନାବାଳିକା ଜଣକ ତାଙ୍କ ବଡ଼ ଭଉଣୀଙ୍କ ଘରୁ ବାହାରି ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ଦେଖିବାକୁ ଯାଇଥିଲେ । ଭସାଣି ସାରିବା ପରେ ସେ ପ୍ରସାଦ ସେବନ କରି ତାଙ୍କ ଡ୍ରେସ ଜ୍ୟାକେଟଟି ଜଣେ ସମ୍ପର୍କୀୟଙ୍କ ଘରୁ ଧରି ଭଉଣୀ ଘରକୁ ଫେରୁଥିଲେ। ଏହି ସମୟରେ ପ୍ରଶାନ୍ତ ତାଙ୍କୁ ତାଙ୍କ ନିଜ କାର ନଂ (ଓଡି-୦୭ଏକ୍ସ-୦୫୯୩)ରେ ବସିବାକୁ କହିଥିଲେ । ନାବାଳିକା ଜଣଙ୍କ ପୂର୍ବରୁ ପ୍ରଶାନ୍ତଙ୍କୁ ଜାଣିଥିବାରୁ ତାଙ୍କ କାର୍‌ରେ ବିଶ୍ୱାସ କରି ବସିଥିଲେ ଓ ସେ ସହର ବାହାରକୁ ନେଇ କାର୍‌ ଭିତରେ ହିଁ ବଳାତ୍କାର କରିଥିଲେ। ପରେ ପ୍ରଶାନ୍ତ କାର୍‌ର ଡୋର ଖୋଲିବା କ୍ଷଣି ନାବାଳିକା ସେଠାରୁ ଖସିଯିବାକୁ ଉଦ୍ୟମ କରୁଥିଲେ ଏହି ସମୟରେ ନାବାଳିକାଙ୍କ ଚୁଟିକୁ ଘୋଷାଡି ଘୋଷାଡି ପୁଣି କାର୍‌ ନିକଟକୁ ଆଣିବା ସହ ଘଟଣା ସମ୍ପର୍କରେ କାହାରିକୁ କହିଲେ ହତ୍ୟା କରିବାକୁ ଧମକ ଦେଇଥିଲେ। ପରେ ନାବାଳିକାଙ୍କୁ ପୂର୍ବରୁ ଯେଉଁଠୁ ନେଇଥିଲେ ସେଠି ଆଣି ଛାଡି ଦେଇଥିଲେ । ବିଶ୍ୱାସରେ ନେଇ ଏଭଳି ବଳାତ୍କାର କରିଥିବା ଘଟଣା ସମ୍ପର୍କରେ ନାବାଳିକା ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଏନେଇ ଶନିବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏନେଇ ମାମଲା(୧୮୨/୨୫)ରୁଜୁ କରି ତଦନ୍ତ ଚଳାଇଥିଲା। ସେହିଦିନ ଠାରୁ ଅଭିଯୁକ୍ତ ପ୍ରଶାନ୍ତ ଫେରାର ହୋଇଯାଇଥିଲେ। ପୋଲିସ ପ୍ରଶାନ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲେ। ସେ ରାଇକିଆ ସମେତ ପୁରୀ ଯାଇ ଲୁଚିଥିଲେ ପରେ ସେ ଦାରିଙ୍ଗବାଡି ଅଞ୍ଚଳକୁ ଆସିଥିଲେ ଓ ପୋଲିସ ତାଙ୍କୁ ଗିରଫ କରିଥିଲା। ଉକ୍ତ ଥାନା ଅଞ୍ଚଳରେ ହିଁ ଗିରଫ କରିବାରେ ସଫଳ ହୋଇଥିବା ପୋଲିସ କହିଛି । ଅଭିଯୁକ୍ତଙ୍କୁ ଗିରଫ ପରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ବିଭିନ୍ନ ନମୁନା ସଂଗ୍ରହ କରାଯାଇଛି। ତାଙ୍କୁ ପକ୍ସୋ କୋର୍ଟରେ ହାଜର କରାଯିବ ବୋଲି କୁହାଯାଇଛି। ତେବେ ଘଟଣା ଘଟିବା ପରେ ଗାଁରେ ଭଦ୍ର ଲୋକଙ୍କୁ ନେଇ ଏହାର ସମାଧାନ କରାଯିବାକୁ ଉଦ୍ୟମ କରାଯାଇଥିଲା। ଯାହାକି ଏଭଳି ଘଟଣାରେ ପୀଡିତାଙ୍କ ପରିବାର ଥାନାରେ ଅଭିଯୋଗ କରନ୍ତୁ , କୌଣସି ଗାଁ କମିଟିରେ ସମାଧାନ ପାଇଁ ବୈଠକ ନକରିବାକୁ ଏସଡିପିଓ ରମେନ୍ଦ୍ର ପ୍ରସାଦ ଲୋକଙ୍କୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri