ଗଣେଶ ଭଶାଣିରେ କାର ଭିତରେ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି,୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ  ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶୀକାର ହୋଇଥିଲେ ଉକ୍ତ ମାମଲାରେ ଅଭିଯୁକ୍ତକୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି। ଗିରଫ ଯୁବକ ଉକ୍ତ ଥାନା ଅଞ୍ଚଳର ପ୍ରଶାନ୍ତ ପ୍ରଧାନ (୨୭)ବୋଲି ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତ। ଅଭିଯୁକ୍ତଙ୍କୁ ଗିରଫ ପରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ବିଭିନ୍ନ ନମୁନା ସଂଗ୍ରହ କରାଯାଇଛି ବୋଲି ତଦନ୍ତକାରୀ ଅଧିକାରୀ ଜୟନ୍ତ ସେଠୀ କହିଛନ୍ତି। ତାଙ୍କୁ ପକ୍ସୋ କୋର୍ଟରେ ହାଜର କରାଯିବ ବୋଲି କୁହାଯାଇଛି।
ପ୍ରକାଶ ଯେ,  ଉକ୍ତ ଥାନା ଅଞ୍ଚଳରେ ୫ ତାରିଖ ଶୁକ୍ରବାର ସନ୍ଧ୍ୟାରେ  ନାବାଳିକା ଜଣକ ତାଙ୍କ ବଡ଼ ଭଉଣୀଙ୍କ ଘରୁ ବାହାରି ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ଦେଖିବାକୁ ଯାଇଥିଲେ। ଭସାଣି ସାରିବା ପରେ ସେ ପ୍ରସାଦ ସେବନ କରି ତାଙ୍କ ଡ୍ରେସ୍‌ ଜ୍ୟାକେଟ ଜଣେ ସମ୍ପର୍କୀୟଙ୍କ ଘରୁ ଧରି ଭଉଣୀ ଘରକୁ ଫେରୁଥିଲେ। ଏହି ସମୟରେ ପ୍ରଶାନ୍ତ ତାଙ୍କୁ ଜୋରଜବରଦସ୍ତ ଉଠାଇ ସହର ବାହାରକୁ ନେଇ କାର ଭିତରେ ହିଁ ବାଳାତ୍କାର କରିଥିଲେ ପରେ ପ୍ରଶାନ୍ତ କାରର ଡୋର ଖୋଲିବା କ୍ଷଣି ନାବାଳିକା ସେଠାରୁ ଖସିଯିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ନାବାଳିକାଙ୍କ ଚୁଟିକୁ ଘୋଷାଡ଼ି ଘୋଷାଡ଼ି ପୁଣି କାର ନିକଟକୁ ଆଣିବା ସହ ଘଟଣା ସମ୍ପର୍କରେ କାହାରିକୁ କହିଲେ ହତ୍ୟା କରିବାକୁ ଧମକ ଦେଇଥିଲେ ପରେ ନାବାଳିକା ଜଣକ ସେଠାରୁ କୌଶଳ କ୍ରମେ ଖସି ଆସି ତାଙ୍କ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରିବାର  ଲୋକେ ଏ ନେଇ ଶନିବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏ ନେଇ ମାମଲା(୧୮୨/୨୫)ରୁଜୁ କରି ତଦନ୍ତ ଚଳାଇଥିଲା।
ସହିଦିନ ଠାରୁ ଅଭିଯୁକ୍ତ ପ୍ରଶାନ୍ତ ଫେରାର ହୋଇଯାଇଥିଲେ। ପୋଲିସ ପ୍ରଶାନ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଉକ୍ତ ଥାନା ଅଞ୍ଚଳରେ ହିଁ ଗିରଫ କରିବାରେ ସଫଳ ହୋଇଥିବା ପୋଲିସ କହିଛ। ଘଟଣାକୁ ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ଏବଂ କନ୍ଧମାଳ ଏସପି ହରିଶ ବିଶି ଗୁରୁତର ଭାବେ ଗ୍ରହଣ କରି ଅଭିଯୁକ୍ତଙ୍କୁ ଧରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri