ଗଣେଶ ଭଶାଣିରେ କାର ଭିତରେ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି,୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ  ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶୀକାର ହୋଇଥିଲେ ଉକ୍ତ ମାମଲାରେ ଅଭିଯୁକ୍ତକୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି। ଗିରଫ ଯୁବକ ଉକ୍ତ ଥାନା ଅଞ୍ଚଳର ପ୍ରଶାନ୍ତ ପ୍ରଧାନ (୨୭)ବୋଲି ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତ। ଅଭିଯୁକ୍ତଙ୍କୁ ଗିରଫ ପରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ବିଭିନ୍ନ ନମୁନା ସଂଗ୍ରହ କରାଯାଇଛି ବୋଲି ତଦନ୍ତକାରୀ ଅଧିକାରୀ ଜୟନ୍ତ ସେଠୀ କହିଛନ୍ତି। ତାଙ୍କୁ ପକ୍ସୋ କୋର୍ଟରେ ହାଜର କରାଯିବ ବୋଲି କୁହାଯାଇଛି।
ପ୍ରକାଶ ଯେ,  ଉକ୍ତ ଥାନା ଅଞ୍ଚଳରେ ୫ ତାରିଖ ଶୁକ୍ରବାର ସନ୍ଧ୍ୟାରେ  ନାବାଳିକା ଜଣକ ତାଙ୍କ ବଡ଼ ଭଉଣୀଙ୍କ ଘରୁ ବାହାରି ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ଦେଖିବାକୁ ଯାଇଥିଲେ। ଭସାଣି ସାରିବା ପରେ ସେ ପ୍ରସାଦ ସେବନ କରି ତାଙ୍କ ଡ୍ରେସ୍‌ ଜ୍ୟାକେଟ ଜଣେ ସମ୍ପର୍କୀୟଙ୍କ ଘରୁ ଧରି ଭଉଣୀ ଘରକୁ ଫେରୁଥିଲେ। ଏହି ସମୟରେ ପ୍ରଶାନ୍ତ ତାଙ୍କୁ ଜୋରଜବରଦସ୍ତ ଉଠାଇ ସହର ବାହାରକୁ ନେଇ କାର ଭିତରେ ହିଁ ବାଳାତ୍କାର କରିଥିଲେ ପରେ ପ୍ରଶାନ୍ତ କାରର ଡୋର ଖୋଲିବା କ୍ଷଣି ନାବାଳିକା ସେଠାରୁ ଖସିଯିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ନାବାଳିକାଙ୍କ ଚୁଟିକୁ ଘୋଷାଡ଼ି ଘୋଷାଡ଼ି ପୁଣି କାର ନିକଟକୁ ଆଣିବା ସହ ଘଟଣା ସମ୍ପର୍କରେ କାହାରିକୁ କହିଲେ ହତ୍ୟା କରିବାକୁ ଧମକ ଦେଇଥିଲେ ପରେ ନାବାଳିକା ଜଣକ ସେଠାରୁ କୌଶଳ କ୍ରମେ ଖସି ଆସି ତାଙ୍କ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରିବାର  ଲୋକେ ଏ ନେଇ ଶନିବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏ ନେଇ ମାମଲା(୧୮୨/୨୫)ରୁଜୁ କରି ତଦନ୍ତ ଚଳାଇଥିଲା।
ସହିଦିନ ଠାରୁ ଅଭିଯୁକ୍ତ ପ୍ରଶାନ୍ତ ଫେରାର ହୋଇଯାଇଥିଲେ। ପୋଲିସ ପ୍ରଶାନ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଉକ୍ତ ଥାନା ଅଞ୍ଚଳରେ ହିଁ ଗିରଫ କରିବାରେ ସଫଳ ହୋଇଥିବା ପୋଲିସ କହିଛ। ଘଟଣାକୁ ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ଏବଂ କନ୍ଧମାଳ ଏସପି ହରିଶ ବିଶି ଗୁରୁତର ଭାବେ ଗ୍ରହଣ କରି ଅଭିଯୁକ୍ତଙ୍କୁ ଧରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri