ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ ଅଟକ ରଖିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା ନମ୍ବର ୨୪୦/୨୬ ରୁଜୁ ହୋଇଛି।

ସୂଚନାନୁଯାୟୀ, ଚଳିତ ବର୍ଷ ଜାନୁଆରୀ ମାସରେ ନାବାଳିକା ଜଣକ ନିଜ ଗାଁର ଅନ୍ୟମାନଙ୍କ ସହ ଧାନ କାଟିବା କାମ ପାଇଁ ଯାଜପୁର ଜିଲା କୋରେଇ ଥାନା ଅଧୀନ ତାରାକୋଟ ଅଞ୍ଚଳକୁ ଯାଇଥିଲେ। ସେଠାରେ ଜଣେ ନାବାଳକ ତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ନାବାଳିକା ଜଣକ ବର୍ତ୍ତମାନ ପ୍ରାୟ ୮ ମାସର ଗର୍ଭବତୀ ଥିବା ପୋଲିସ ପକ୍ଷରୁ କୁହାଯାଇଛି। ପ୍ରଥମେ ଏହି ଘଟଣାକୁ ନେଇ କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନାରେ ଶୂନ୍ୟ ଅଭିଯୋଗ ମାମଲା ରୁଜୁ ହୋଇଥିଲା। ତଦନ୍ତ ସମୟରେ ଘଟଣାଟି ଆନନ୍ଦପୁର ଥାନା ଅଧୀନର ବୋଲି ଜଣାପଡ଼ିବା ପରେ ମାମଲାଟି ଆନନ୍ଦପୁର ଥାନାକୁ ହସ୍ତାନ୍ତର ହୋଇଥିଲା। ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ପୋଲିସ ଅଟକ ରଖିଥିବା ବେଳେ ଆବଶ୍ୟକ ଆଇନଗତ ପ୍ରକ୍ରିୟା ଶେଷ ପରେ ତାଙ୍କୁ କେନ୍ଦୁଝରସ୍ଥିତ ପ୍ରଧାନ ନାବାଳକ ନ୍ୟାୟ ବୋର୍ଡ ନିକଟରେ ଉପସ୍ଥାପନ କରାଯିବ। ଏନେଇ ଆନନ୍ଦପୁର ଉପଖଣ୍ଡ ପୋଲିସ ଅଧିକାରୀ କମଳ କୁମାର ପଣ୍ଡା ସୂଚନା ଦେଇଛନ୍ତି। ନାବାଳିକାଙ୍କ ପରିଚୟ ଆଇନ ଅନୁଯାୟୀ ସମ୍ପୂର୍ଣ୍ଣ ଗୋପନ ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri