ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଏବଂ ଏହା ଅନାଦାୟ ଅଧିକ ୭ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବଉଳଝୋଲି ଗ୍ରାମର ସମୀର ପାତ୍ର।

ଜି.ଉଦୟଗିରି ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ବାପା ଜଣେ ବ୍ୟବସାୟୀ। ଅଭିଯୁକ୍ତ ସମୀର ତାଙ୍କ ପାଖରେ କାମ କରୁଥିଲେ। ୨୦୧୮ରେ ନାବାଳିକାଙ୍କ ବାପା ନିଖୋଜ ହୋଇ ଯାଇଥିଲେ। ଏହାପରେ ସମୀର ତାଙ୍କ ବ୍ୟବସାୟ ବୁଝୁଥିଲେ। ସେହିବର୍ଷ ମେ ୧୩ ତାରିଖରେ ମା’ ଭଞ୍ଜନଗର ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଇଥିବା ବେଳେ ନାବାଳିକା ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ସମୀର ତାଙ୍କୁ ବାପାଙ୍କୁ ଖୋଜି ଯିବା କହି ଡାକି ନେଇଥିଲେ। ଯିବା ବେଳେ ଘରେ ଥିବା ୧୮ ହଜାର ଟଙ୍କା ଓ ଅଳଙ୍କାର ନେଇ ଯାଇଥିଲେ। ପରେ ନାବାଳିକାଙ୍କୁ ନେଇ ସମୀର ଫେରାର ହୋଇଯାଇଥିଲେ।

ନାବାଳିକାଙ୍କ ମା’ଘରକୁ ଫେରି ଝିଅକୁ ନ ପାଇ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହୋଇଥିଲେ। ୩ ଦିନ ପରେ ୧୬ ତାରିଖରେ ସେ ଜି.ଉଦୟଗିରି ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୪୧/୧୮ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ଘଟଣାର ପ୍ରାୟ ୨ ମାସ ପରେ ପୀଡ଼ିତାଙ୍କୁ ପୋଲିସ ଉଦ୍ଧାର କରି ସମୀରଙ୍କୁ ଗିରଫ କରିଥିଲା। ମାମଲାର ବିଚାର କରି ପୋକ୍‌ସୋ କୋର୍ଟ ବିଚାରପତି ରାଜେଶ ଦାଶ ୧୧ ଜଣ ସାକ୍ଷୀ ଓ ପୀଡ଼ିତାଙ୍କ ବୟାନ ସହିତ ଡାକ୍ତରୀ ରିପୋର୍ଟ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲାକୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri