ସୋନପୁର,୨୯।୫: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରୁ ଗୁରୁବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାନାକୁ ଆସିଛି। ବାଘରତଇଲା ଜଙ୍ଗଲରୁ ମୁମୂର୍ଷୁ ଅବସ୍ଥାରେ ଜଣେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ବଳାତ୍କାର ପରେ ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ନାବାଳିକା ଜଣକ ୫ ଦିନ ହେଲା ନିଖୋଜ ଥିଲେ। ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନା ମଳିଛି। ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।

